ପୁରୀ : ଚଳିତ ବର୍ଷ ଭକ୍ତଙ୍କ ଗହଣରେ ହେବ ଶ୍ରୀଜିଉଙ୍କ ସ୍ନାନଯାତ୍ରା। ହାତୀ ବେଶ ପୂର୍ବରୁ ସ୍ନାନ ମଣ୍ଡପ ତଳେ ଓ ବେଶ ପରେ ଦୁଇ ଘଣ୍ଟା ମଣ୍ଡପ ଉପରକୁ ଯାଇ ଭକ୍ତ କରିପାରିବେ ଦର୍ଶନ। ତେବେ ସ୍ନାନ ବେଦିରେ ଶ୍ରୀବିଗ୍ରହମାନଙ୍କୁ ସ୍ପର୍ଶ କରିପାରିବେ ନାହିଁ ଭକ୍ତ । ଦଇତାପତି ନିଯୋଗ ସହ ଆଲୋଚନା ପରେ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ର ସୂଚନା ଦେଇଛନ୍ତି।
ଆଜି ଶ୍ରୀକ୍ଷେତ୍ର ଭଉଁରୀ, ସ୍ନାନପୂର୍ଣ୍ଣମୀ ଓ ରଥଯାତ୍ରା ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଛତିଶାନିଯୋଗ ବୈଠକ ବସିଥିଲା। ଛତିଶାନିଯୋଗ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଜିଲ୍ଲାପାଳ, ଦଇତାପତି ନିଯୋଗ ସଭାପତି, ସମ୍ପାଦକଙ୍କୁ ନେଇ ଏହି ବୈଠକ କରାଯାଇଥିଲା। ସ୍ନାନପୂର୍ଣ୍ଣିମା, ରଥଯାତ୍ରା ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଛି।