ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କୋଭିଡ୍ ପଜିଟିଭ୍

0
153

ଭୁବନେଶ୍ବର: ଭୁବନେଶ୍ୱର: ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କୋଭିଡ୍ ପଜିଟିଭ୍ । କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ଟ୍ୱିଟ୍ କରି ସୂଚନା ଦେଇଛନ୍ତି ନିରଞ୍ଜନ । ସଂକ୍ରମିତ ଚିହ୍ନଟ ହୋଇ ସେ ଏବେ ଚିକିତ୍ସିତ ହେଉଛନ୍ତି । ଗତ କିଛିଦିନରେ ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଛନ୍ତି କରୋନା ପରୀକ୍ଷା କରିବା ସହିତ ଆଇସୋଲେସନରେ ରହିବାକୁ ସେ ଅନୁରୋଧ କରିଛନ୍ତି ।

ସୂଚନାଯୋଗ୍ୟ, ପୂର୍ବରୁ ମଧ୍ୟ କୋଭିଡ ସଂକ୍ରମିତ ହୋଇଥିଲେ ବରିଷ୍ଠ କଂଗ୍ରେସ ନେତା ତଥା ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ଆଜି ମଧ୍ୟ ପୁଣି ଥରେ ତାଙ୍କର କୋଭିଡ ରିପୋର୍ଟ ପଜିଟିଭ ଆସିଥିବା ସେ ସୂଚନା ଦେଇଛନ୍ତି । ତାଙ୍କ ସମ୍ପର୍କରେ ଆସିଥିବା ଲୋକମାନେ ହୋମ ଆଇସୋଲେସନରେ ରହିବା ନେଇ ସୋସିଆଲ ମିଡିଆରେ ଜଣାଇଛନ୍ତି ନିରଞ୍ଜନ ପଟ୍ଟନାୟକ ।

Also Read  Ollywood star Minaketan Das suffering from Pancreatic Cancer; critical in Mumbai

LEAVE A REPLY

Please enter your comment!
Please enter your name here