ପ୍ରତ୍ୟାହୃତ ହେବ ପଞ୍ଚାୟତ ସଂରକ୍ଷଣ ବିଜ୍ଞପ୍ତି

0
251
ପ୍ରତ୍ୟାହୃତ ହେବ ପଞ୍ଚାୟତ ସଂରକ୍ଷଣ ବିଜ୍ଞପ୍ତି
ପ୍ରତ୍ୟାହୃତ ହେବ ପଞ୍ଚାୟତ ସଂରକ୍ଷଣ ବିଜ୍ଞପ୍ତି

ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର କରିବେ ସରକାର। ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର ନେଇ ହାଇକୋର୍ଟକୁ ଜଣାଇଲେ ସରକାର। ବିଜ୍ଞପ୍ତି ପ୍ରତ୍ୟାହାର ସହ ଆସନ୍ତା ୨୭ରେ ସାନି ତାଲିକା ପ୍ରକାଶ କରାଯିବ ବୋଲି କୋର୍ଟଙ୍କୁ ଜଣାଇଲେ ରାଜ୍ୟ ସରକାର।

ଏହାପରେ ଜାନୁଆରୀ ୩ ସୁଦ୍ଧା ସଂରକ୍ଷଣ ନେଇ ଆପତ୍ତି ଅଭିଯୋଗ ଗ୍ରହଣ କରାଯିବ। ଜାନୁଆରୀ ୫ ସୁଦ୍ଧା ଅଭିଯୋଗର ସମାଧାନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଜାନୁଆରୀ ୭ରେ ସଂରକ୍ଷଣ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ଚୂଡ଼ାନ୍ତ ତାଲିକା ଦେବେ ସରକାର। ମାର୍ଚ୍ଚ ୮ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସାରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି।

ସୂଚନାଯୋଗ୍ୟ, ରାଜ୍ୟ ନିର୍ବାଚନ କମିଶନ ନଭେମ୍ବର ୧୬ ତାରିଖରେ ଏକ ବିଜ୍ଞପ୍ତି ଜାରି କରି ତ୍ରିସ୍ତରୀୟ ପଂଚାୟତ ନିର୍ବାଚନର ସିଟ୍ ସଂରକ୍ଷଣ ତାଲିକା ଜାରି କରିଥିଲେ। ବିଜ୍ଞପ୍ତି ଅନୁସାରେ ଆଗାମୀ ପଂଚାୟତ ନିର୍ବାଚନରେ ମୋଟ ୮୫୩ଟି ଜିଲ୍ଲା ପରିଷଦ ଆସନ ମଧ୍ୟରୁ ପଛୁଆ ବର୍ଗଙ୍କ ପାଇଁ ମାତ୍ର ୧୦୪ଟି ଆସନ ସଂରକ୍ଷିତ ରହିଛି। ଏଥିରେ ୧୪ଟି ଜିଲ୍ଲାର ଜିଲ୍ଲା ପରିଷଦରେ ଗୋଟିଏ ବି ଆସନ ପଛୁଆ ବର୍ଗର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ହୋଇନାହିଁ। ଯେଉଁ ୧୪ଟି ଜିଲ୍ଲାରେ ପଛୁଆ ବର୍ଗଙ୍କ ପାଇଁ କୌଣସି ସଂରକ୍ଷଣର ସୁବିଧା ନାହିଁ ସେଗୁଡ଼ିକ ହେଲା-ଦେବଗଡ଼, ଗଜପତି, ସୁନ୍ଦରଗଡ଼, ସମ୍ବଲପୁର, ରାୟଗଡ଼, ନୂଆପଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି ଓ ଝାରସୁଗୁଡ଼ା। ଏହି ଜିଲ୍ଲାର ଜିଲ୍ଲା ପରିଷଦର କୌଣସି ଗୋଟିଏ ବି ସିଟ୍ ପଛୁଆ ବର୍ଗଙ୍କ ନିମନ୍ତେ ସଂରକ୍ଷିତ ନଥିବାବେଳେ ବୌଦ୍ଧ ଜିଲ୍ଲାରେ ମାତ୍ର ଗୋଟିଏ ଆସନ ପଛୁଆ ବର୍ଗଙ୍କ ନିମନ୍ତେ ଉଦ୍ଦିଷ୍ଟ ରହିଛି।
Also Read  Youth Stuck on Mundali Bridge, Rescued

LEAVE A REPLY

Please enter your comment!
Please enter your name here