ରାଜ୍ୟରେ ଦୈନିକ ସଂକ୍ରମଣ ୫ ହଜାର ମୁହାଁ : ୪୪୮ ଶିଶୁ ଓ କିଶୋର ସଂକ୍ରମିତ

0
178
ଓଡିଶା ରେ ୫୯ ଟି H3N2 ମାମଲା
ଓଡିଶା ରେ ୫୯ ଟି H3N2 ମାମଲା

ଭୁବନେଶ୍ୱର: ରାଜ୍ୟରେ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । ଦୈନିକ ସଂକ୍ରମଣ ୫ ହଜାର ମୁହାଁ ହୋଇଛି। ଦିନକରେ ଏତେ ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେବା ଚିନ୍ତାର ବିଷୟ । ଗତ ୨୪ ଘଣ୍ଟାରେ ୪୮୨୯ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୪୪୮ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୨୮୨୩ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୦୦୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟାରେ  ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୩୩ ଜଣ, ସୁନ୍ଦରଗଡ଼ରୁ ୮୬୯ ଜଣ, ସମ୍ବଲପୁରରୁ ୬୪୪ ଜଣ, କଟକରୁ ୪୦୧ ଜଣ, ବାଲେଶ୍ବରରୁ ୨୧୦ ଜଣ, ଝାରସୁଗୁଡ଼ାରୁ ୧୮୯ ଜଣ, ମୟୂରଭଞ୍ଜରୁ ୧୬୨ ଜଣ,ପୁରୀରୁ ୧୩୦ ଜଣ, ବଲାଙ୍ଗୀରରୁ ୧୦୪ ଜଣ, ନବରଙ୍ଗପୁରରୁ ୮୫ ଜଣ, ବରଗଡ଼ରୁ ୮୪ ଜଣ, ରାୟଗଡ଼ାରୁ ୮୨ ଜଣ, କୋରାପୁଟରୁ ୭୭ ଜଣ, ଅନୁଗୁଳ ଓ ଭଦ୍ରକ ଜିଲ୍ଲାରୁ ୬୯ ଜଣ ଲେଖାଁଏ, କେନ୍ଦୁଝରରୁ ୬୩ ଜଣ, ନୂଆପଡ଼ାରୁ ୫୧ ଜଣ, ଗଞ୍ଜାମରୁ ୪୯ ଜଣ, କଳାହାଣ୍ଡିରୁ ୪୮ ଜଣ, ଜଗତସିଂହପୁୁରରୁ ୪୬ ଜଣ, ଗଜପତି ଓ ସୋନପୁର ଜିଲ୍ଲାରୁ ୩୨ ଜଣ ଲେଖାଁଏ, କେନ୍ଦ୍ରାପଡ଼ା ଓ ନୟାଗଡ଼ ଜିଲ୍ଲାରୁ ୨୪ ଜଣ ଲେଖାଁଏ, ଢ଼େଙ୍କାନାଳରୁ ୨୩ ଜଣ, ଦେବଗଡ଼ରୁ ୧୯ ଜଣ,ମାଲକାନଗିରିରୁ ୧୧ ଜଣ, କନ୍ଧମାଳରୁ ୮ ଜଣ, ବୌଦ୍ଧରୁ ୬ ଜଣ ଏବଂ ଷ୍ଟେଟ୍ ପୁଲ୍‌ରୁ ୨୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୭୫ ହଜାର ୬୯୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୬ ହଜାର ୬୧୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୦ ହଜାର ୫୬୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସୂଚନାଯୋଗ୍ୟ, ଗତକାଲି ୪୭୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଜାନୁଆରି ୮ ତାରିଖରେ ୩୬୭୯ ଜଣ , ଜାନୁଆରି ୭ ତାରିଖରେ ୨୭୦୩ ଜଣ, ଜାନୁଆରି ୬ ତାରିଖରେ ୧୮୯୭ ଜଣ , ଜାନୁଆରି ୫ ରେ ୧୨୧୬, ଜାନୁଆରି ୪ ରେ ୬୮୦, ଜାନୁଆରି ୩ ରେ ୪୨୪, ଜାନୁଆରି ୨ରେ ୪୨୪, ଜାନୁଆରି ୧ରେ ୨୯୮, ଡିସେମ୍ବର ୩୧ରେ ୨୨୮, ଡିସେମ୍ବର ୩୦ରେ ୨୨୫, ଡିସେମ୍ବର ୨୯ରେ ୨୨୧ ଓ ଡିସେମ୍ବର ୨୮ରେ ୧୫୬ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ। ଖୋର୍ଦ୍ଧା, କଟକ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ସ୍ଥିତି ଉଦବେଗଜନକ ଥିବା ଜଣାଯାଇଛି।

Also Read  ଅଣ୍ଡା ସହିତ କେବେ ବି ଖାଆନ୍ତୁ ନାହିଁ ଏହିସବୁ ଜିନିଷ, ଭୟଙ୍କର ହୋଇପାରେ ପରିଣାମ....

 

LEAVE A REPLY

Please enter your comment!
Please enter your name here