ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ କରୋନା ପଜିଟିଭ ଚିହ୍ନଟ: ଜଣେ ବି ୧୮ ବର୍ଷରୁ କମ୍ ବର୍ଗର ନାହାନ୍ତି

0
385
more 836-new-corona-positive case-in-odisha

ଭୁବନେଶ୍ବର: ଗତକାଲି ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନ ଥିବା ଜଣାଯାଇଛି। ଆଜି ରାଜ୍ୟର ୩ ଟି ଜିଲ୍ଲାରୁ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୭ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଓ ଷ୍ଟେଟପୁଲରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୪୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୧୯୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Also Read  ଖସୁଛି ସଂକ୍ରମଣ, ରାଜ୍ୟରେ ୩,୦୮୬ ପଜିଟିଭ ଚିହ୍ନଟ