ରାଜ୍ୟରେ ୩ ହଜାରକୁ ଖସିଲା ଦୈନିକ ସଂକ୍ରମଣ

0
169
Mask is mandatory in Delhi now. In case of violation, one has to pay a penalty of Rs.500. This has been implemented as pandemic situation is slowly deteriorating in the national capital.
India Records 14,148 New Covid cases And 302 Deaths

ଭୁବନେଶ୍ୱର: ହ୍ରାସ ପାଉଛି କୋଭିଡ୍ ସଂକ୍ରମଣ । ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୩ ହଜାର ୩୨୯ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ବୟସ୍କ ମଧ୍ୟରେ ୫୦୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି କ୍ୱାରେଣ୍ଟାଇନରୁ ୧୯୩୪ଟି ମାମଲା ଆସିଥିବା ବେଳେ ୧୩୯୫ଟି ମାମଲା ସ୍ଥାନୀୟ ସଂକ୍ରମଣ । ରାଜ୍ୟରେ ମୋଟ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ୧୨ ଲକ୍ଷ ୪୯ ହଜାର ୨୪୦କୁ ବୃ୍ଦ୍ଧି ପାଇଛି ।

ଖୋର୍ଦ୍ଧାରୁ ସର୍ବାଧିକ ୬୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୮୫, ବାଲେଶ୍ୱରରୁ ୧୪୧, ବରଗଡ଼ରୁ ୪୬, ଭଦ୍ରକରୁ ୫୭, ବଲାଙ୍ଗିରରୁ ୬୭, ବୌଦ୍ଧରୁ ୪୯, କଟକରୁ ୨୯୩, ଦେବଗଡ଼ରୁ ୬୭, ଢେଙ୍କାନାଳରୁ ୬୧, ଗଜପତିରୁ ୬୪, ଗଞ୍ଜାମରୁ ୪୪, ଜଗତସିଂହପୁରରୁ ୭୦, ଯାଜପୁରରୁ ୯୯, ଝାରସୁଗୁଡ଼ାରୁ ୭୪, କଳାହାଣ୍ଡିରୁ ୧୦୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି କନ୍ଧମାଳରୁ ୪୩, କେନ୍ଦ୍ରାପଡ଼ାରୁ ୭୩, କେନ୍ଦୁଝରରୁ ୨୧, କୋରାପୁଟରୁ ୫୯, ମାଲକାନଗିରିରୁ ୩୪, ମୟୂରଭଞ୍ଜରୁ ୧୪୫, ନବରଙ୍ଗପୁରରୁ ୯୦, ନୟାଗଡ଼ରୁ ୧୨୦, ନୂଆପଡ଼ାରୁ ୧୨୯, ପୁରୀରୁ ୫୬, ରାୟଗଡ଼ାରୁ ୬୬, ସମ୍ବଲପୁରରୁ ୧୧୫, ସୋନପୁରରୁ ୩୫, ସୁନ୍ଦରଗଡ଼ରୁ ୨୩୭ ଓ ଷ୍ଟେଟପୁଲରୁ ୧୩୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ୧୨ ଲକ୍ଷ ୪୯ ହଜାର ୨୪୦କୁ ବୃ୍ଦ୍ଧି ପାଇଛି । ୧୧ ଲକ୍ଷ ୯୩ ହଜାର ୩୬୫ ଜଣ କରୋନାରୁ ସୁସ୍ଥ ହୋଇଥିବା ବେଳେ ଏବେ ୪୭ ହଜାର ୨୧୦ଟି ସକ୍ରିୟ ମାମଲା ରହିଛି ।

Also Read  ୪ ରାଜ୍ୟସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କଲା ବିଜେଡି: ପୁଣି ଥରେ ସସ୍ମିତ; ସୁଲତା, ମାନସ ଓ ନିରଞ୍ଜନଙ୍କୁ ଦିଲ୍ଲୀ ଟିକେଟ୍

LEAVE A REPLY

Please enter your comment!
Please enter your name here