ଲୋକାଭିମୁଖୀ ବଜେଟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

0
632
ଲୋକାଭିମୁଖୀ ବଜେଟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଲୋକାଭିମୁଖୀ ବଜେଟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
  • ଡ଼ି. ଏମ. ଏଫ୍. ପାଣ୍ଠି ବିନିଯୋଗରେ ଖଣି ଜିଲ୍ଲା ଗୁଡ଼ିକରେ ଟ୍ରମା କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ନିର୍ଦ୍ଦେଶ
  • ସଂକଳ୍ପ ପତ୍ରର ମୁଖ୍ୟ ପ୍ରତିଶ୍ରୁତିକୁ ଅନୁଧ୍ୟାନ କରି ପଦକ୍ଷେପ ନେବାକୁ ପରାମର୍ଶ 
  • ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶା ଉନ୍ନୟନ ପରିଷଦ ଗଠନ ପାଇଁ ଟାସ୍କ ଫୋର୍ସ କରାଯିବ

ଭୁବନେଶ୍ୱର: ଜୁନ ୨୫: ଗୋଟିଏ ଲୋକାଭିମୁଖୀ ବଜେଟ୍ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ I
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରିବା ଅବସରରେ ଗୋଟିଏ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି।

ନୂଆ ସରକାରଙ୍କ ଉପରେ ଜନ ସାଧାରଣଙ୍କ ବହୁତ୍ ଆଶା ଆକାଂକ୍ଷା ଅଛି ବୋଲି ସେ ମତ ଦେବା ସହିତ ରାଜ୍ୟ ଯୋଜନା ବଜେଟ୍ ରେ ଏହା ପ୍ରତିଫଳିତ ହେବା ଆବଶ୍ୟକ ବୋଲି ସେ କହିଥିଲେ।

ଯୋଜନା ଗୁଡିକ ଯେପରି ତୃଣମୂଳ ସ୍ତରରେ ଠିକ୍ ଭାବରେ ପହଞ୍ଚିବ ଓ ଲୋକ ଏହାର ସୁଫଳ ପାଇବେ ସେ ଉପରେ ଗୁରୁତ୍ଵ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବୈଠକରେ ମୁଖ୍ୟମନ୍ତ୍ରୀ ଖଣିଜ ପାଣ୍ଠିର ସୁବିନିଯୋଗ ଉପରେ ଗୁରୁତ୍ବ ଦେଇ ଏହି ପାଣ୍ଠି ସହାୟତାରେ ଖଣି ଅଞ୍ଚଳର ଜିଲ୍ଲା ଗୁଡ଼ିକରେ ଟ୍ରମା କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷ କରି ଜିଲ୍ଲା ରେ ଥିବା ମେଡିକାଲ କଲେଜ ଗୁଡ଼ିକରେ ଟ୍ରମା କେୟାର ସେଣ୍ଟର ପ୍ରତିଷ୍ଠା କରାଯିବା ଉପରେ ସେ ଗୁରୁତ୍ଵ ଦେଇଥିଲେ।

ଦଳର ସଂକଳ୍ପ ଅନୁଯାୟୀ ଉତ୍ତର ଓଡ଼ିଶା ଉନ୍ନୟନ ପରିଷଦ ଓ ଦକ୍ଷିଣ ଓଡ଼ିଶା ଉନ୍ନୟନ ପରିଷଦ ଗଠନ ପାଇଁ ଟାସ୍କ ଫୋର୍ସ ପ୍ରସ୍ତୁତ କରି ଅନୁଧ୍ୟାନ କରି ପ୍ରସ୍ତାବ ଦେବାକୁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ।

ସେହିପରି ସଂକଳ୍ପ ପତ୍ରର ସବୁ ପ୍ରମୁଖ ପ୍ରତିଶ୍ରୁତି ଗୁଡ଼ିକୁ ଅନୁଧ୍ୟାନ କରି ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଥିଲେ।

ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଯୋଜନା ଓ ସଂଯୋଜନ ବିଭାଗର ବରିଷ୍ଠ ଅଧିକାରୀ ମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କୁ ବିଭାଗର କାର୍ଯ୍ୟାବଳୀ ସମ୍ବନ୍ଧରେ ବିଶଦ ଭାବରେ ଆଲୋଚନା କରିଥିଲେ I

Also Read  Chief Economic Advisor meets Odisha CM; delivers speech on Economic Survey Outreach