ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି

0
262
SC issue-notice-to-uttar-pradesh-government on-bulldozer-drive

ନୂଆଦିଲ୍ଲୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ରହିଛି । ମେ’ ୯ ତାରିଖରେ ଓଡ଼ିଶା ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ ବିରୋଧରେ ସୁପ୍ରିମକୋର୍ଟରେ ପିଟିସନ୍ ହୋଇଥିଲା । ଏସମ୍ପର୍କିତ ମାମଲାର ଆଜି ସୁପ୍ରିମକୋର୍ଟଙ୍କ ଦୁଇ ଜଣିଆ ଖଣ୍ଡପୀଠ ଶୁଣାଣି କରିବେ ।

ଜଷ୍ଟିସ୍ ବି. ଆର୍ ଗଭାଇ ଓ ଜଷ୍ଟିସ ହିମା କୋହଲିଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରିବେ । ସୁମନ୍ତ ଘଡ଼େଇ ନାମକ ଜଣେ ବ୍ୟକ୍ତିଙ୍କ ସୁପ୍ରିମକୋର୍ଟରେ ପିଟିସନ୍ ଦାଖଲ କରିଥିଲେ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଉପରେ ରହିତାଦେଶ ଜାରି କରିବା ପାଇଁ ନିର୍ଦ୍ଦେଶ ଦେବାକୁ ପିଟିସନରେ ଦର୍ଶାଇଛନ୍ତି ଆବେଦନକାରୀ ।

ପିଟିସନରେ ଉଲ୍ଲେଖ ରହିଛି, ପରିକ୍ରମା ପ୍ରକଳ୍ପ ନାଁରେ ଚାଲିଥିବା ନିର୍ମାଣ ଓ ଖନନ ଯୋଗୁଁ ଶ୍ରୀମନ୍ଦିର ପ୍ରତି ବିପଦ ଦେଖାଦେଇଛି । ଏପରିକି ଶ୍ରୀମନ୍ଦିରରେ କେତେକ ସ୍ଥାନରେ ଫାଟ ମଧ୍ୟ ସୃଷ୍ଟି ହୋଇଥିବା ଦର୍ଶାଇଛନ୍ତି । ନିର୍ମାଣ ଉପରେ ରୋକ ଲଗାଇବା ଲାଗି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ହାଇକୋର୍ଟ ନିର୍ମାଣ କାମ ଉପରେ ରହିତାଦେଶ ଦେଇ ନଥିଲେ ।

Also Read  କୋଇଲା ଦୁର୍ନୀତି: ମମତାଙ୍କ ସାଂସଦ ପୁତୁରା ଏବଂ ବୋହୂଙ୍କୁ ‘ସୁପ୍ରିମ’ ଝଟକା

LEAVE A REPLY

Please enter your comment!
Please enter your name here