୨୪ ଘଣ୍ଟାରେ ଦେଶରେ ୩,୮୦୫ କୋଭିଡ୍‌-୧୯ ଆକ୍ରାନ୍ତ; ୨୨ଜଣ ମୃତ

0
379
Mask is mandatory in Delhi now. In case of violation, one has to pay a penalty of Rs.500. This has been implemented as pandemic situation is slowly deteriorating in the national capital.
India Records 14,148 New Covid cases And 302 Deaths

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା କିଛି ମାତ୍ରାରେ ବୃଦ୍ଧି ପାଇ ୩ ହାଜର ୮ ଶହ ଉପରେ ରହିଛି। ତିନି ଦିନ ପୂର୍ବେ ୧୮.୭% ହ୍ରାସ ପାଇ ଅଢ଼େଇ ହଜାରରୁ ସାମାନ୍ୟ ଅଧିକ ଥିଲା। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩, ୮୦୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୨ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩, ୮୦୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୯୮,୭୪୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୨ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୦୨୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୧୬୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୫୪,୪୧୬। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୦୩୦୩। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୦,୦୦,୯୪,୯୮୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୦୩,୩୨,୪୬୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୮୭,୫୪୪ଟି ନମୁନା।

Also Read  ପଂଚାୟତ ନିର୍ବାଚନ ର ଶେଷ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି

LEAVE A REPLY

Please enter your comment!
Please enter your name here