୨୪ ଘଣ୍ଟା ମଧ୍ୟରେ ବାହାରିଲେ ଜଣେ କରୋନା ସଂକ୍ରମିତ

0
335

ଭୁବନେଶ୍ଵର : ରାଜ୍ୟରେ ହାରୁଛି କରୋନ। ହ୍ରାସ ପାଉଛି ସଂକ୍ରମଣ ଗ୍ରାଫ୍। କୋଭିଡ ମୁକ୍ତ ମୁହାଁ ହେଉଛି ଓଡ଼ିଶା। ଗତ ୨୪ ଘଣ୍ଟା ମଧ୍ୟରେ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ସଂପୃକ୍ତ ଆକ୍ରାନ୍ତ ଜଣକ କ୍ବାରେଣ୍ଟାଇନ୍‌ ରହିଥିବା ଜଣାପଡିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୮୦ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଆକ୍ରାନ୍ତ ଜଣକ ସମ୍ବଲପୁର ଜିଲ୍ଲାର ବୋଲି ଜଣାପଡିଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୮୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୭୧୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୧୬୧୪୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Also Read  ବଢୁଛି କୋଭିଡ୍‌-୧୯ ସଂକ୍ରମଣ: ୨୪ ଘଣ୍ଟାରେ ଦେଶରେ ୮,୩୨୯ ଜଣ ଆକ୍ରାନ୍ତ; ୧୦ଜଣ ମୃତ