ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ଶୁଖିଲା ପାଗ, ୬ରୁ ପୁଣି ବର୍ଷା!

0
660
Heavy rainfall alert for odisha

ଭୁବନେଶ୍ବର: ରାଜ୍ୟରେ ଆଗାମୀ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ଏହିଭଳି ଶୁଖିଲା ପାଗ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ କୁହାଯାଇଛି ଯେ ୫ ଦିନ ଯାଏଁ ବର୍ଷା ହେବା ସମ୍ଭାବନା ନାହିଁ। ୫ ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ଆସିବ। ପୁଣି ମୌସୁମୀ ସକ୍ରିୟ ହେବ ଏବଂ ବର୍ଷା ହେବ। ୬/୭ ତାରିଖ ଆଡ଼କୁ ଏକ ଛୋଟ ଧରଣର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ମଧ୍ୟରେ କେତେକ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଆଗାମୀୀ ୨୪ ଘଣ୍ଟାରେ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା , କୋରାପୁଟ, ମୟୂରଭଞ୍ଜ ଓ ନୟାଗଡ଼ ଆଦି ଜିଲ୍ଲାର କେତେକ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି।

ମୌସୁମୀ ଅବ୍ୟବହିତ ସମୟରେ ୫ଟି ଜିଲ୍ଲାରେ ନିଆଣ୍ଟିଆ ବର୍ଷା ହୋଇଛି। ସୁନ୍ଦରଗଡ଼, ସମ୍ବଲପୁର, ମୟୁରଭଞ୍ଜ, ବଲାଙ୍ଗୀର ଓ ଭଦ୍ରକ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଚଳିତ ବର୍ଷ ଆଜି ସୁଦ୍ଧା ୫୧୨.୨ ମିଲିମିଟର ମୌସୁମୀ ଜନିତ ବର୍ଷା ହୋଇଛି। ଜୁଲାଇ ମାସରେ ୧୦ ପ୍ରତିଶତ ଅଧିକ ବର୍ଷା ହୋଇଛି। ସୁନ୍ଦରଗଡ଼ରେ ସବୁଠୁ କମ ୪୦ ପ୍ରତିଶତ କମ୍ ବର୍ଷା ହୋଇଥିବା ବେଳେ ସବୁଠୁ ଅଧିକ ମୌସୁମୀ ବର୍ଷା ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ହୋଇଛି।

Also Read  ୧୮ ବର୍ଷର କମ୍ ବୟସ୍କ ଶିଶୁଙ୍କୁ ଟିକାକରଣ ଖୁବଶୀଘ୍ର : କାଲିଠୁ ପ୍ରଶିକ୍ଷଣ ଆରମ୍ଭ