ଆସନ୍ତାକାଲି ପଞ୍ଚାୟତ ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ

0
351
ପଞ୍ଚାୟତ ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ
ପଞ୍ଚାୟତ ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତାକାଲି ବସିବ ସର୍ବଦଳୀୟ ବୈଠକ । ଭୋଟର ତାଲିକା ପ୍ରସ୍ତୁତି ସହ ସୁରୁଖୁରୁରେ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନ ସର୍ବଦଳୀୟ ବୈଠକ ଡକାଇଛନ୍ତି । ଆସନ୍ତାକାଲି ପୂର୍ବାହ୍ନ ୧୧ଟାରେ ଏହି ବୈଠକ ବସିବ।

ଏହି ବୈଠକରେ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ ଦିଆଯିବ । ଭୋଟର ତାଲିକା ପ୍ରସ୍ତୁତି ସହ ନିର୍ବାଚନ ପ୍ରକ୍ରିୟା ବାବଦରେ ହେବ ଆଲୋଚନା । ବୈଠକରେ ବିଜେଡିରୁ ଯୋଗଦେବେ ବରିଷ୍ଠ ବିଧାୟକ ଦେବୀ ପ୍ରସାଦ ମିଶ୍ର । ଦଳ ପକ୍ଷରୁ ଯୋଗଦେବାକୁ ଦେବୀ ମିଶ୍ରଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ମନୋନୀତ କରିଛନ୍ତି । ପୂର୍ବରୁ ୱାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟ ଓ ବ୍ଲକ୍‌ ଅଧ୍ୟକ୍ଷ ସଂରକ୍ଷଣ ତାଲିକା ଜିଲ୍ଲାପାଳମାନେ ଚୂଡ଼ାନ୍ତ କରି ରାଜ୍ୟ ନିର୍ବାଚନ କମିଶନଙ୍କୁ ଦେବା ସହ ପଞ୍ଚାୟତିରାଜ ବିଭାଗ ଜିଲ୍ଲା ପରିଷଦ ସଂରକ୍ଷଣ ତାଲିକା ଚୂଡ଼ାନ୍ତ କରିସାରିଛି।

ଭାରତର ନିର୍ବାଚନ କମିଶନ ୨୦୨୧ର ଭୋଟର ତାଲିକା ଦେଇସାରିଛନ୍ତି । ରାଜ୍ୟ ନିର୍ବାଚନ କମିଶନ ଏହି ତାଲିକା ସଂଶୋଧନ କରିବେ ବୋଲି ସର୍ବଦଳୀୟ ବୈଠକ ଡାକିଛନ୍ତି । ସେପଟେ ରାଜନୈତିକ ଦଳ ବି ପ୍ରସ୍ତୁତ । ବିଜେଡି ସବୁବର୍ଗର ଲୋକଙ୍କ ପ୍ରିୟ ହୋଇଥିବାରୁ ପଞ୍ଚାୟତ ନିର୍ବାଚନରେ ୨୦୧୭ ଅପେକ୍ଷା ଭଲ ପ୍ରଦର୍ଶନ କରିବ ବୋଲି କହିସାରିଛି । ସେହିପରି ଦୁଇ ବିରୋଧୀ ବିଜେପି ଓ କଂଗ୍ରେସ ପୂର୍ବାପେକ୍ଷା ଭଲ କରିବେ ବୋଲି କହିଛନ୍ତି । ସଂରକ୍ଷଣ ନେଇ କେତେକ ଅଭିଯୋଗ ମଧ୍ୟ ସର୍ବଦଳୀୟ ବୈଠକରେ ଉଠାଇବେ ବୋଲି କହିଛନ୍ତି । ଏଥର ବୁଥ୍‌ରେ ନୁହେଁ, ବ୍ଲକରେ ପଞ୍ଚାୟତ ଭୋଟ୍‌ ଗଣତି କରାଯିବ ।

Also Read  ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପରିଦର୍ଶନ କଲେ ମାନସ ମଙ୍ଗରାଜ : ୨୪ରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

LEAVE A REPLY

Please enter your comment!
Please enter your name here