ଆସନ୍ତା ରବିବାର କେତେକ ଜିଲ୍ଲାରେ ଝଡ଼ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା

0
833
IMD Predicts More Rain In Odisha From Tomorrow
IMD Predicts More Rain In Odisha From Tomorrow

ଭୁବନେଶ୍ୱର: ଆସନ୍ତା ରବିବାର କେତେକ ଜିଲ୍ଲାରେ ଝଡ଼ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି । ଏହାସହ ଯେକୌଣସି ପରିସ୍ଥିତି ପାଇଁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲଫ୍‌ କମିସନର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ ଅନୁସାରେ, କେତେକ ସ୍ଥାନରେ ବଜ୍ରପାତ ଓ କାଳବୈଶାଖୀ ବର୍ଷା ନେଇ ୟେଲୋୱାର୍ଣ୍ଣିଂ ଜାରି କରାଯାଇଥିଲା ।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହୋଇଯାଇଛି । ବାକି ଜିଲ୍ଲାର ପାଗ ସାଧାରଣତଃ ଶୁଖିଲା ରହିଥିଲା । ସେହିପରି ୧୦ ତାରିଖ ସକାଳ ସାଢ଼େ ୮ଟାରୁ ୧୧ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ କାଳବୈଶାଖୀ ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସତର୍କ ସୂଚନା ଜାରି କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆଜି ଏସ୍‌ଆର୍‌ସି ସଜାଗ କରିଛନ୍ତି । ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯିବା ସହ ବର୍ଷା ଓ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପକ୍ଷରେ ଏବେ ଧୀରେଧୀରେ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ତାତି ବଢ଼ିବାରେ ଲାଗିଛି । ଆସନ୍ତା ୫ଦିନରେ ଏହି ତାତି ଆହୁରି ବଢ଼ିବା ନେଇ ପୂର୍ବାନୁମାନ କରାଯାଇଛି ।

Also Read  ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ପାଇଁ ଟ୍ଵିନସିଟିକୁ ସତର୍କତା ଜାରି କଲା ପାଣିପାଗ କେନ୍ଦ୍ର