ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ କୁହୁଡ଼ି

0
993
ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ
ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର : ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ କୁହୁଡ଼ି ଅନୁଭୂତ ହେବ। ସୋମବାର ପୂର୍ବାହ୍ନ ପର୍ଯ୍ୟନ୍ତ ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମଧରଣର କୁହୁଡ଼ି ପଡ଼ିବ। ଏହି ସମୟ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ସୋନପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ଥଣ୍ଡା ମଧ୍ୟ ଅନୁଭୂତ ହେବ।

ତେବେ ପରବର୍ତୀ ୪୮ ଘଣ୍ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ଅନୁଗୁଳ ଓ ଢେଙ୍କାନାଳରେ ଘନ କୁହୁଡ଼ି ପଡ଼ିବ। ରାସ୍ତା ଠିକ୍‌ ଭାବେ ଦୃଶ୍ୟମାନ ହେବ ନାହିଁ। ବିଶେଷକରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଧା ଜିଲ୍ଲାରେ କୁହୁଡ଼ିର ପ୍ରଭାବ ଅଧିକ ରହିବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକ ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଫେବ୍ରୁଆରି ୯ରୁ ୧୧ ମଧ୍ୟରେ ପଶ୍ଚିମ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Also Read  Ama Bus Services Suspended in Bhubaneswar Today