ଆସୁଛି ବାତ୍ୟା ‘ଜଓ୍ୱାଦ’ : ୪ରେ ଓଡ଼ିଶା ସ୍ଥଳଭାଗ ଛୁଇଁବ

0
496
ଆସୁଛି ବାତ୍ୟା ‘ଜଓ୍ୱାଦ’
ଆସୁଛି ବାତ୍ୟା ‘ଜଓ୍ୱାଦ’

ଭୁବନେଶ୍ବର :

୪ରେ ଓଡ଼ିଶା ସ୍ଥଳଭାଗ ଛୁଇଁବ ବାତ୍ୟା ‘ଜଓ୍ୱାଦ’

ଆଣ୍ଡାମାନ ସାଗରରେ ଆଜି ପୂର୍ବାହ୍ନରେ ସୃଷ୍ଟି ହୋଇଥିବା ଲଢୁଚାପ ଘନୀଭୂତ ହୋଇ ଏକ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆସନ୍ତା ୪ ତାରିଖ ବେଳକୁ ଓଡ଼ିଶା ଉପକୂଳ ଆଡ଼କୁ ଆସିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି

ଏହି ଲଘୁଚାପ ଆସନ୍ତା ୨ ତାରିଖ ସୁଦ୍ଧା ଏକ ଅବପାତରେ ପରିଣତ ହେବ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଏକ ବାତ୍ୟା ରୂପ ନେବ । ଏହି ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୩ ତାରିଖରୁ ଓଡ଼ିଶାରେ ପ୍ରବଳ ବର୍ଷା ଓ ପବନ ଆରମ୍ଭ ହେବ । ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ । ବାତ୍ୟା ସ୍ଥଳଭାଗ ନିକଟବର୍ତ୍ତୀ ହେବା ବେଳେ ପବନର ବେଗ ଆହୁରି ବଢିପାରେ ବୋଲି ସେ କହିଛନ୍ତି । ମତ୍ସ୍ୟଜୀବୀ ମାନଙ୍କୁ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବାକୁ ସତର୍କ କରିଦିଆଯାଇଛି । ୨ ତାରିଖରେ ଡିପ୍ରେସନରେ ପରିଣତ ହେବା ପରେ ଏହାର ଗତିପଥ ସମ୍ପର୍କରେ ସବିଶେଷ ତଥ୍ୟ ଜଣାପଡ଼ିବ । ତେବେ ବାତ୍ୟା ଦକ୍ଷିଣ-ଓଡ଼ିଶା ଓ ଉତ୍ତର-ଆନ୍ଧ୍ରପ୍ରଦେଶ ନିକଟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି ବୋଲି ଶ୍ରୀ ମହାପାତ୍ର କହିଛନ୍ତି ।

ଅନ୍ୟପକ୍ଷରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ଲଘୁଚାପ ଜନିତ ବର୍ଷାକୁ ନଜରରେ ରଖି ଓୟୁଏଟି ପକ୍ଷରୁ ଚାଷୀମାନଙ୍କ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି । ଅମଳ ସମୟରେ ଏଭଳି ବର୍ଷା ଓ ବାତ୍ୟା ଆଶଙ୍କା ଥିବାରୁ ଫସଲ ସୁପରିଚାଳନା ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି । ବର୍ଷା ଆରମ୍ଭ ପୂର୍ବରୁ ଧାନକେଣ୍ଡା ୮୫ଭାଗ ପାଚି ଯାଇଥିବା ଧାନକୁ ତୁରନ୍ତ କାଟି ନେଇ ଅମଳ ହେବା ପୂର୍ବରୁ ଏବଂ ପରେ ସୁରକ୍ଷିତ ସ୍ଥାନରେ ରଖନ୍ତୁ । କଟା ହୋଇଯାଇଥିବା ଧାନକୁ ବେଙ୍ଗଳା କରି ଦିଅନ୍ତୁ କିମ୍ବା ସମସ୍ତ କଟା ଧାନ ଅମଳ ସମ୍ଭବ ନ ହେଲେ ପଲିଥିନ୍ ଘୋଡ଼ାଇ ସୁରକ୍ଷିତ ରଖନ୍ତୁ । ଧାନ ଜମିରୁ ବଳକା ପାଣି ନିଷ୍କାସନ କରିବା ପାଇଁ ନାଳି କରନ୍ତୁ ଓ ନାଳି ମୁହଁ ଖୋଲା ରଖନ୍ତୁ ।

ବର୍ଷା ଛାଡ଼ି ଖରା ପାଗ ହୋଇଗଲା ପରେ କେଣ୍ଡା କଟା ପୋକ ଲାଗିବାର ସମ୍ଭାବନା ରହିଛି। ଏହାର ନିୟନ୍ତ୍ରଣ କରିବା ପାଇଁ ସନ୍ଧ୍ୟା ସମୟରେ ପ୍ରତି ଲିଟର ପାଣିରେ ୧.୫ ମି.ଲି. ହିସାବରେ ଲାମୁଡା ସାଇହାଲୋଥ୍ରୋନ କିମ୍ବା ୨ମି.ଲି. ହିସାବରେ (କ୍ଲୋରୋପାଇରିଫସ +ସାଇପରମେଥୁନ) ସିଂଚନ କରନ୍ତୁ । ଏହା ସହିତ ହୁଡା ଚାରିପଟେ ମାଲାଥୁଅନ ୫ଡିକୁ ଏକର ପ୍ରତି ୧୦ କି.ଗ୍ରା. ହିସାବରେ ଛିଞ୍ଚି ବିଷ ବଳୟ ସୃଷ୍ଟି କରନ୍ତୁ ।

Also Read  'Invest in Odisha, Invest in the Future'

 

LEAVE A REPLY

Please enter your comment!
Please enter your name here