ଇବ୍‌ ବ୍ୟାରେଜର ଶୁଭ ଦେଲେ ମୁଖ୍ୟମନ୍ତ୍ରୀ : ଘରେ ଘରେ ପହଞ୍ଚିବ ପିଇବା ପାଣି

0
487
ଇବ୍‌ ବ୍ୟାରେଜର ଶୁଭ ଦେଲେ ମୁଖ୍ୟମନ୍ତ୍ରୀ
ଇବ୍‌ ବ୍ୟାରେଜର ଶୁଭ ଦେଲେ ମୁଖ୍ୟମନ୍ତ୍ରୀ

ରାଉରକେଲା: ଇବ୍ ନଦୀରେ ନିର୍ମାଣ ହେବ ୨ଟି ବ୍ୟାରେଜ୍ । ଏ ନେଇ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବ୍ୟାରେଜ୍ ନିର୍ମାଣ କାର୍ଯ୍ୟର ଶିଳାନ୍ୟାସ କରି ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ୱାରା ଘରେ ଘରେ ପିଇବା ପାଣି ପହଞ୍ଚି ପାରିବ । ଚାଷୀର ଜମିକୁ ମଧ୍ୟ ଆବଶ୍ୟକୀୟ ଜଳ ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି । ହକି ଖେଳକୁ ସୁନ୍ଦରଗଡ଼ ଜିଲ୍ଲାର ଅବଦାନ ସମ୍ପର୍କରେ ମଧ୍ୟ ନିଜ ଅଭିଭାଷଣରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ସବୁଥିରେ ସୁନ୍ଦରଗଡ଼ ଜିଲ୍ଲା ଆଗୁଆ, ସୁନ୍ଦରଗଡ଼ର ହକି ଖେଳାଳି ଦେଶର ଗୌରବ ବଢ଼ାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ସରକାରଙ୍କ ସବୁ ଯୋଜନାରୁ ସୁବିଧା ନେବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି ।

ମୋଟ ୪୯୩ କୋଟି ଟଙ୍କାରେ ନିର୍ମାଣ ହେବ ୨ଟି ବ୍ୟାରେଜ୍ । ସୁନ୍ଦରଗଡ଼ ସଦର ବ୍ଲକର କୋପସିଙ୍ଗା ଏବଂ କୁଡ଼ାବଗାଠାରେ ୨ଟି ବ୍ୟାରେଜ୍ ନିର୍ମାଣ ହେବ । କୋପସିଙ୍ଗା ବ୍ୟାରେଜ୍ ନିର୍ମାଣ ପାଇଁ ୨୪୮ କୋଟି ଟଙ୍କା ଖର୍ଚ୍ଚ ହେଉଥିବା ବେଳେ କୁଡାବଗା ବ୍ୟାରେଜ୍ ପାଇଁ ୨୪୫ କୋଟି ଟଙ୍କା ଖର୍ଚ୍ଚ କରାଯିବ । ୨ଟି ବ୍ୟାରେଜ୍ ନିର୍ମାଣ ହେଲେ ୧ ହଜାର ୨୧୬ ଏକର ଜମି ଜଳ ସେଚିତ ହେବା ସହ ମାଛ ଚାଷ ହୋଇପାରିବ । ଏହାସହ ଖରାଦିନେ ପାଣି ସମସ୍ୟା ଦୁର ହେବ । ସୁନ୍ଦରଗଡ଼ ସଦର ବ୍ଲକ, ଟାଙ୍ଗରପାଲି ବ୍ଲକ, ଲେଫ୍ରିପଡ଼ା ବ୍ଲକ, ବାଲିଶଙ୍କରା ସବଡେଗା ସହ ସୁନ୍ଦରଗଡ଼ ପୌରାଞ୍ଚଳବାସୀ ଏହି ବ୍ୟାରେଜ ଦ୍ୱାରା ଉପକୃତ ହେବେ ।ଇବ୍‌ ବ୍ୟାରେଜର ଶୁଭ ଦେଲେ ମୁଖ୍ୟମନ୍ତ୍ରୀ

Also Read  Direct Flight to Kuala Lumpur from Bhubaneswar by end of March