ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

0
375

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଉତ୍କଳ ଦିବସ ପାଳନ ହେଉଛି । ଓଡ଼ିଶା ଗଠନର ବରପୁତ୍ରଙ୍କୁ ସମସ୍ତେ ମନେ ପକାଉଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି । ୮୭ତମ ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

‘ଓଡ଼ିଶା ଦିବସରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ଆସନ୍ତୁ ଓଡ଼ିଆ ଜାତିର ସ୍ଵାଭିମାନକୁ ବଜାୟ ରଖିବା ସହ ଓଡ଼ିଶାର ସମୃଦ୍ଧି ପାଇଁ ଆମର ମିଳିତ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବା। ବନ୍ଦେ ଉତ୍କଳ ଜନନୀ।

Also Read  ଲୋକସଭା ସାଂସଦ ପଦରୁ ଇସ୍ତଫା ଦେଲେ ଅଖିଳେଶ