ଏମ୍ସର ୩୦୦ରୁ ଅଧିକ କର୍ମଚାରୀ ପଜିଟିଭ : ଆଜିଠୁ ଓପିଡି ବନ୍ଦ

0
689
ଏମ୍ସ ଓପିଡି ବନ୍ଦ
ଏମ୍ସ ଓପିଡି ବନ୍ଦ

ଭୁବନେଶ୍ୱର : ଚିନ୍ତା ବଢ଼ାଉଛି କରୋନା। ମହାମାରୀ ନିଜ କାୟା ମେଲାଉଥିବା ବେଳେ ବାଦ ପଡ଼ୁ ନାହାନ୍ତି ମେଡିକାଲ, ଶିକ୍ଷାନୁଷ୍ଠାନ । ଭୁବନେଶ୍ୱର ଏମ୍ସର ୩ ଶହରୁ ଅଧିକ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।  ଡାକ୍ତର, ନର୍ସ, ପାରା ମେଡିକାଲ ଷ୍ଟାଫ୍ କରୋନା ପଜିଟିଭ ବୋଲି ଚିହ୍ନଟ ହୋଇଛନ୍ତି। ଜାନୁଆରୀ ୧ରୁ ଆଜି ଯାଏ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ନେଇ ଏମ୍ସ ସୂତ୍ରରୁ ସୂଚନା ମିଳିଛି।

ଅଧିକ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେଉଥିବାରୁ ଆଜିଠୁ ବନ୍ଦ ରହିଛି ଏମ୍ସ ଓପିଡି । ଓପିଡି ବନ୍ଦ ନେଇ ଭୁବନେଶ୍ୱର ଏମ୍ସ୍ ପକ୍ଷରୁ ୨ ଦିନ ପୂର୍ବେ ନିର୍ଦ୍ଦେଶନାମା ଜାରି କରାଯାଇଥିଲା।  ଓପିଡି ବନ୍ଦ ହେଲେ ମଧ୍ୟ କିଛି ଜରୁରିକାଳୀନ ସେବା ଚାଲୁ ରହିବ ବୋଲି କହିଛନ୍ତି କର୍ତ୍ତୃପକ୍ଷ।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦,୪୮୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର  ୯୮୨ ଜଣ ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨,୯୩୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Also Read  Odisha Govt Collaborates with Google to Promote Odia