ଓଡ଼ିଶା ହାଇକୋର୍ଟର ୩ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ

0
822
କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ଭି.ନରସିଂହ, ଜଷ୍ଟିସ ବିରଜା ପ୍ରସନ୍ନ ଶତପଥୀ ଓ ଜଷ୍ଟିସ ମୁରାହରି ଶ୍ରୀ ରମଣ ଆଜି ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର ତିନି ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଥିଲେ। ଏହି ଅବସରରେ ହାଇକୋର୍ଟର ସମସ୍ତ ବିଚାରପତିଙ୍କ ସହିତ ଅନ୍ୟମାନେ ଉପସ୍ଥିତ ଥିଲେ। ତିନି ନୂଆ ବିଚାରପତିଙ୍କ ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୨୧ରେ ପହଞ୍ଚିଛି।
ଆଇନଜୀବୀ ଭି.ନରସିଂହ, ବିରଜା ପ୍ରସନ୍ନ ଶତପଥୀ ଓ ମୁରାହରି ଶ୍ରୀରମଣଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିଲେ । ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ କରିବା ପରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ହାଇକୋର୍ଟର ପୂର୍ବତନ ବିଚାରପତି ସ୍ୱର୍ଗତ ଜଷ୍ଟିସ ଭି.ଗୋପାଳ ସ୍ୱାମୀଙ୍କ ପୁଅ ହେଉଛନ୍ତି ଭି.ନରସିଂହ । ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ଭଗବାନ ଶତପଥୀ ଓ ପ୍ରଭାବତୀ ଶତପଥୀଙ୍କ ପୁଅ ହେଉଛନ୍ତି ଆଇନଜୀବୀ ବିରଜା ପ୍ରସନ୍ନ ଶତପଥୀ । ସେ ୧୯୮୧ରେ ତିର୍ତ୍ତୋଲ ହାଇସ୍କୁଲରୁ ମାଟ୍ରିକ୍ ପାସ କରିଥିଲେ । ସେହିପରି ୧୯୭୦ ଜୁନ୍ ୮ରେ ଏମ.ଆର.ଭି ରାଓ ଓ ଅନସୂୟା ଦେବୀଙ୍କ ପୁଅ ଭାବେ ମୁରାହରି ଶ୍ରୀରମଣ ଜନ୍ମ ଗ୍ରହଣ କରିଥିଲେ ।
Also Read  ପୁଅ ହେବ ତ ଏମିତି : ମା’କୁ ଉଦ୍ଧାର କରିବାକୁ କୂଅକୁ ଡେଇଁ ପଡ଼ିଲା

LEAVE A REPLY

Please enter your comment!
Please enter your name here