ଓଡ଼ିଶାର ସବୁଠାରୁ ଦୀର୍ଘତମ ସେତୁ ଉଦ୍‌ଘାଟିତ

0
613
ସବୁଠାରୁ ଦୀର୍ଘତମ ସେତୁ ଉଦ୍‌ଘାଟିତ
ସବୁଠାରୁ ଦୀର୍ଘତମ ସେତୁ ଉଦ୍‌ଘାଟିତ

ଭୁବନେଶ୍ୱର : କଟକ ଜିଲ୍ଲା ବଡ଼ମ୍ବାର ଗୋପୀନାଥପୁର ଠାରେ ମହାନଦୀ ଉପରେ ରାଜ୍ୟର ସବୁଠାରୁ ଦୀର୍ଘତମ ସେତୁକୁ ଆଜି ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ T ଅକ୍ଷର ସଦୃଶ। ଏହା ରାଜ୍ୟର ପ୍ରଥମ T ଆକାରର ସେତୁ। ଏଥିପାଇଁ ୧୧୧ କୋଟି ଟଙ୍କା ବ୍ୟୟ କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନୟକ ୨୦୧୪ ମସିହାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ଏହି ସେତୁ ବଡ଼ମ୍ବା ନରସିଂହପୁରରୁ ବାଙ୍କୀ ବୈଦେଶ୍ୱରକୁ ସଂଯୋଗ କରିବା ସହିତ ନଦୀରେ ଅବସ୍ଥିତ ସିଂହନାଥ ମନ୍ଦିରକୁ ମଧ୍ୟ ସଂଯୋଗ କରୁଛି। ଏହି ସେତୁ ଯୋଗୁ ବଡ଼ମ୍ବାରୁ ବାଙ୍କୀ ବୈଦେଶ୍ୱରର ଦୂରତ୍ୱ ୪୫ କିଲୋମିଟର ହ୍ରାସ ପାଇବ। ଏହା ଦ୍ୱାରା ନିକଟସ୍ଥ ଅଞ୍ଚଳର ୫ ଲକ୍ଷରୁ ଅଧିକ ଲୋକଙ୍କ ଗମନାଗମନରେ ସୁବିଧା ହେବ ଏବଂ ଏହି ଅଞ୍ଚଳରେ କୃଷି, ବାଣିଜ୍ୟ ଓ ପର୍ଯ୍ୟଟନର ବିକାଶ ହେବ। ଆଜି ଉଦ୍‌ଘାଟନ କାର୍ଯ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବଡ଼ମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ଓ ବାଙ୍କୀ ବିଧାୟକ ଦେବୀ ପ୍ରସନ୍ନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।

Also Read  ଶ୍ରୀମନ୍ଦିର ପରିକ୍ରମା କଣ ଜାଣନ୍ତୁ ?..... ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ ୮୦୦ କୋଟି