କଂଗ୍ରେସ ସାଂସଦ ଅଧୀରରଂଜନ ଚୌଧୁରୀ ବିବାଦୀୟ ମନ୍ତବ୍ୟକୁ ନେଇ ଗୃହରେ ହଟ୍ଟଗୋଳ

0
445

ଭୁବନେଶ୍ବର: ଆଜି ବିଧାନସଭାର ପ୍ରଶ୍ନକାଳରେ କଂଗ୍ରେସ ସାଂସଦ ଅଧୀରରଂଜନ ଚୌଧୁରୀ ବିବାଦୀୟ ମନ୍ତବ୍ୟକୁ ନେଇ ଗୃହରେ ହଟ୍ଟଗୋଳ ସୃଷ୍ଟି ହୋଇଛି। କଂଗ୍ରେସ ସାଂସଦ ଅଧୀରରଂଜନ ଚୌଧୁରୀ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତ୍ନୀବୋଲି କହିଥିବାରୁ ଆଜି ବିଜେପି ସଦସ୍ୟମାନେ ଏହାକୁ ବିରୋଧ କରିଥିଲେ। ସେମାନେ ହାତରେ ପ୍ଲାକାର୍ଡ ଧରି ଗୃହରେ ହଙ୍ଗାମା କରିଥିଲେ। ଏହାଫଳରେ ପ୍ରଶ୍ନକାଳ ଚାଲି ପାରିଲାନି। ତାପରେ ବାଚସ୍ପତି ବିକ୍ରମକେଶରୀ ଆରୁଖ ଅପରାହ୍ଣ ୪ଟା ଯାଏ ବିଧାନସଭାକୁ ମୁଲତବୀ ଘୋଷଣା କରିଛନ୍ତି।

Also Read  ଖରାପ ପାଗ ଯୋଗୁଁ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ