ଓଡ଼ିଆ ରେ ପଢନ୍ତୁରାଜ୍ୟ କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ : ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ By Nrusingh Maharana - November 8, 2021 0 789 FacebookTwitterPinterestWhatsApp କିଶୋର ରଥ ଭୁବନେଶ୍ୱର : କଟାକ୍ଷ କିଶୋର ଭାବେ ପରିଚିତ ବରିଷ୍ଠ କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ । ହୃଦଘାତରେ ୫୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ସେ ଦୈନିକ ଖବରକାଗଜ ସମ୍ବାଦରେ କାର୍ଯ୍ୟରତ ଥିଲେ । ସମ୍ବାଦରେ ପ୍ରକାଶିତ ‘କଟାକ୍ଷ’ ପାଇଁ ବେଶ୍ ଘରେ ଘରେ ପରିଚିତ ଥିଲେ କିଶୋର । ସମାଜିକ ପ୍ରସଙ୍ଗକୁ ଭିନ୍ନ ଅନ୍ଦାଜରେ ‘କଟାକ୍ଷ’ ମାଧ୍ୟମରେ ପ୍ରକାଶ କରୁଥିଲେ କିଶୋର । ସୋମବାର ଭୋରରେ ଶ୍ବାସପ୍ରଶ୍ବାସ ନେବାରେ ସମସ୍ୟା ହେବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି । କିଶୋରଙ୍କ ପରଲୋକକୁ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛି, ‘ଲୋକପ୍ରିୟ ବ୍ୟଙ୍ଗ ଚିତ୍ରକର କିଶୋର ରଥଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସମାଜର ବିଭିନ୍ନ ପ୍ରସଙ୍ଗକୁ ବ୍ୟଙ୍ଗ ଚିତ୍ର ମାଧ୍ୟମରେ ଉପସ୍ଥାପନ କରିବାର ନିଜ ସ୍ୱତନ୍ତ୍ର ଶୈଳୀ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।’ ୧୯୬୩ ମସିହାରେ ଜନ୍ମିତ କିଶୋର ରଥ ରାଜ୍ୟର ଜଣାଶୁଣା କାର୍ଟୁନିଷ୍ଟ ଭାବେ ପରିଚିତ ଥିଲେ। ରାଜ୍ୟର ପୁରାତନ କଳା ଶିକ୍ଷାନୁଷ୍ଠାନ ଖଲିକୋଟ ଆର୍ଟ କଲେଜରୁ ଫାଇନ୍ ଆର୍ଟସରେ ସ୍ନାତକ କରିବା ପରେ ଜଣେ ପେସାଦାର ଶିଳ୍ପୀଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ। ଜଣେ ଚିତ୍ରଶିଳ୍ପୀ ହେବା ସହ ବ୍ୟଙ୍ଗ କବିତା ଲେଖିବାରେ ତାଙ୍କର ଅପୂର୍ବ ଦକ୍ଷତା ଥିଲା। ଚିତ୍ର ଓ ଶବ୍ଦ ସଂଯୋଜନାରେ ସମନ୍ବିତ ଦକ୍ଷତା ତାଙ୍କୁ କାର୍ଟୁନ୍ ଆଙ୍କିବା ସହ କ୍ଷୁଦ୍ରକବିତା ଜରିଆରେ ସମାଜକୁ ସକାରାତ୍ମକ ବାର୍ତ୍ତା ଦେବାରେ ସହାୟକ ହୋଇଥିଲା। ତାଙ୍କ ରଚିତ ବହୁ ବ୍ୟଙ୍ଗକବିତା ମଧ୍ୟ ବିଭିନ୍ନ ପତ୍ରପତ୍ରିକାରେ ପ୍ରକାଶ ପାଇଛି। Also Read Jane Bhi Do Yaaron actor Om Puri says good bye to his fans and friends at 66