କାଲିଠୁ ଗଞ୍ଜାମ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ବନ୍ଦ

0
543
ସମସ୍ତ ଧର୍ମାନୁଷ୍ଠାନ ବନ୍ଦ
ସମସ୍ତ ଧର୍ମାନୁଷ୍ଠାନ ବନ୍ଦ

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଆସନ୍ତାକାଲିଠୁ ବନ୍ଦ ରହିବ। ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ବଢ଼ୁଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଫେବ୍ରୁଆରୀ ପହିଲା ଯାଏ ଏହି କଟକଣା ବଳବତ୍ତର ରହିବ।

ସମସ୍ତ ଧର୍ମାନୁଷ୍ଠାନରେ କେବଳ ନୀତିକାନ୍ତି ସହ ସଂପୃକ୍ତ ବ୍ୟକ୍ତିଙ୍କୁ ଯିବାକୁ ଅନୁମତି ରହିଛି। ନିୟମକୁ କଡ଼ାକଡ଼ି ପାଳନ କରିବାକୁ ସ୍ଥାନୀୟ ପ୍ରଶାସନକୁ ଦାୟିତ୍ୱ ଦିଆଯାଇଛି। ସୂଚନାଯୋଗ୍ୟ, ଆସନ୍ତା ସୋମବାର ଠାରୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। ସଂକ୍ରମଣ ବଢୁଥିବା କାରଣରୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଏହି ସୂଚନା ଦେଇଛନ୍ତି। ଶ୍ରୀମନ୍ଦିରର କେତେକ ସେବାୟତ ଓ ଶ୍ରୀମନ୍ଦିର ପ୍ରଶାସନର କେତେକ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିପାଇଁ ପ୍ରଶାସନ ଏପରି ନିଷ୍ପତ୍ତି ନେଇଛି। ତେବେ ବିଧି ଅନୁସାରେ ମହାପ୍ରଭୁଙ୍କ ନୀତିକାନ୍ତି ଚାଲିବ। ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୬୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୨୩ ଜଣ ଅଛନ୍ତି।

Also Read  ଗଞ୍ଜାମ ଧରାକୋଟ ବାଖରକଟା ଗାଁରେ ପଣା ପିଇ ୨ ମୃତ, ହଇଜାରେ ୫୦ରୁ ଅଧିକ ଆକ୍ରାନ୍ତ