କାଲିଠୁ ବିଧାନସଭାର ଶୀତ ଅଧିବେଶନ : ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ପୁଲିସ ଡିଜି

0
677
ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ପୁଲିସ ଡିଜି
ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ପୁଲିସ ଡିଜି

ଭୁବନେଶ୍ବର: ଆଜି (ମଙ୍ଗଳବାର) ପୂର୍ବାହ୍ନ ୧୦ଟାରେ ପୁଲିସ ଡିଜି ଅଭୟ ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ, ଗୁଇନ୍ଦା ନିର୍ଦ୍ଦେଶକ, ଆଇଜି ଅପରେସନ୍ ଓ ଡିସିପିଙ୍କ ସହ ମିଶି ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିବା ସହ ସ୍ଥିତି ସମୀକ୍ଷା କରିଛନ୍ତି। ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି, କମିସନରେଟ୍ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୩୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି, ବିଧାନସଭାକୁ ଯାଉଥିବା ସମସ୍ତ ମାର୍ଗରେ କଟକଣା ଜାରି କରାଯାଇଛି।

ଆସନ୍ତା ଡିସେମ୍ବର ପହିଲାରୁ ଆରମ୍ଭ ହେଉଥିବା ବିଧାନସଭା ଅଧିବେଶନ ପାଇଁ କମିସନରେଟ୍ ପୁଲିସ ପକ୍ଷରୁ ଗାଡ଼ି ଚଳାଚଳ ଉପରେ କଟକଣା ଲାଗୁ କରାଯାଇଛି। ଓଡ଼ିଶା ସହରାଞ୍ଚଳ ଆଇନ ୨୦୦୩ ଧାରା ୨୮ ଅନୁସାରେ ଆସନ୍ତା ୧ରୁ ୩୧ ତାରିଖ ପର୍ଯ୍ୟନ୍ତ ବିଧାନସଭା ସଂଲଗ୍ନ ରାସ୍ତା ଗୁଡ଼ିକରେ ନିରାପତ୍ତାକୁ ଦୃଷ୍ଟିରେ ରଖି କାର୍ଯ୍ୟକାରୀ କରାଯିବ। ହାଉସିଂ ବୋର୍ଡ ଛକପଟୁ ଆସୁଥିବା ଗାଡ଼ିଗୁଡ଼ିକ କେଶରୀ ଟକିଜ୍ ଠାରୁ ଆଗକୁ ନଯାଇ ବାମପଟ ରାସ୍ତା ଦେଇ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ। ସେହିପରି ଏଜି ଛକପଟୁ ପିଏମ୍ଜି ଛକ ଆଡ଼କୁ ଆସୁଥିବା ଗାଡ଼ିଗୁଡ଼ିକ ଜୟଦେବ ଭବନ ପାଖରେ ଅଟକି ଡାହାଣ ପଟରେ ଥିବା ଇନ୍ଦିରା ଗାନ୍ଧି ପାର୍କ ରାସ୍ତା ଦେଇ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ।

ମାଷ୍ଟରକ୍ୟାଣ୍ଟିନ ପଟୁ ପିଏମଜି ଆଡ଼କୁ ଆସୁଥୁବା ସମସ୍ତ ଗାଡ଼ି ଲୋୟର ପିଏମଜି ଛକରୁ ବାମ କିମ୍ବା ଡାହାଣ ପାର୍ଶ୍ବ ରାସ୍ତା ଦେଇ ଯାଇପାରିବେ। କିନ୍ତୁ ସେମାନଙ୍କୁ ମହାତ୍ମାଗାନ୍ଧୀ ମାର୍ଗରେ ଯିବା ପାଇଁ ଅନୁମତି ଦିଆଯିବ ନାହିଁ। ୧୨୦ ବାଟାଲିୟନ ଛକ ପଟୁ ପିଏମଜି ଛକ ଆଡ଼କୁ ଆସୁଥୁବା ସମସ୍ତ ଗାଡ଼ି ପାୱାର ହାଉସ୍ ଛକ ଆଡ଼କୁ ଯିବେ। ରାଜଭବନ ଛକ ପଟୁ ଏମଏଲ୍ଏ କଲୋନି ଏବଂ ରବୀନ୍ଦ୍ର ମଣ୍ଡପକୁ ଯାଉଥିବା ସମସ୍ତ ଗାଡ଼ି ଶାସ୍ତ୍ରୀନଗର ଆଡ଼କୁ ଯିବେ। ଏହି କଟକଣା ବିଧାନସଭା, ଲୋକସେବା ଭବନ ଏବଂ ଅନ୍ୟାନ୍ୟ ସରକାରୀ କାର୍ଯ୍ୟଳୟକୁ ଯାଉଥିବା ଅଧିକୃତ ଗାଡ଼ି ପାଇଁ ଲାଗୁ ହେବ ନାହିଁ।

Also Read  More than 30 lakh tonne of paddy procured till now in 2017 from 294 blocks across Odisha; Supplies Minister Sanjay Das Burma in Assembly