ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ଜିଲ୍ଲାରୁ ୧୦ ଜଣ କରୋନା ପଜିଟିଭ ଚିହ୍ନଟ

0
370
first-case of xe-variant-of-corona-detected-in-mumbai-india

ଭୁବନେଶ୍ବର: ଗତକାଲି ୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନ ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୬ଟି ଜିଲ୍ଲାରୁ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ବଲାଙ୍ଗୀର ଜିଲ୍ଲାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧ ଜଣ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୯୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୬୨୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୧୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Also Read  ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ଟେକାମାଡ଼କୁ ନେଇ ଦିଲ୍ଲୀର ଜାହାଙ୍ଗୀରପୁରୀରେ ହିଂସା, ୭ ଆହତ