ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ କରୋନା ପଜିଟିଭ ଚିହ୍ନଟ: ଜଣେ ୧୮ ବର୍ଷରୁ କମ୍ ବର୍ଗର

0
432
first-case of xe-variant-of-corona-detected-in-mumbai-india

ଭୁବନେଶ୍ବର: ଗତକାଲି ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ମାତ୍ର ଜଣେ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୬ଟି ଜିଲ୍ଲାରୁ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳ ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଓ ସମ୍ବଲପୁର ଜିଲ୍ଲାରୁ ୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୦୨୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୭୬୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Also Read  ପଳାଶୁଣି ଛକରେ ସିରିଜ ଦୁର୍ଘଟଣା ଘଟାଇଥିବା ହାଇଓ୍ୱା ଡ୍ରାଇଭର ଗିରଫ