ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪ କରୋନା ପଜିଟିଭ ଚିହ୍ନଟ, ମାତ୍ର ଜଣେ ୧୮ ବର୍ଷରୁ କମ୍ ବର୍ଗର

0
478
Corona Positive case in india today

ଭୁବନେଶ୍ବର: ଗତକାଲି ଭଳି ଆଜି ବି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ମାତ୍ର ଜଣେ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୬ଟି ଜିଲ୍ଲାରୁ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୨ ଜଣ, ଦେବଗଡ଼ ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ନୂଆପଡ଼ା ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୧୩୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୮୪୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୦୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Also Read  ନୂପୁର ଶର୍ମା ବିବାଦ, ସତର୍କ ରହିବାକୁ ସମସ୍ତ ରାଜ୍ୟକୁ ନିର୍ଦ୍ଦେଶ ଦେଲା କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରାଳୟ