ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮ କରୋନା ପଜିଟିଭ ଚିହ୍ନଟ, ୧୩ ଜଣ ୧୮ ବର୍ଷରୁ କମ୍ ବର୍ଗର

0
524
Corona Positive case in india today

ଭୁବନେଶ୍ବର: ଗତକାଲି ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୫ଟି ଜିଲ୍ଲାରୁ ୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୫ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Also Read  ମୋବାଇଲ ନିର୍ମାତା କମ୍ପାନି ‘ ସାଓମି ’ ଉପରେ ଇଡି ଚଢ଼ାଉ