ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ କରୋନା ପଜିଟିଭ ଚିହ୍ନଟ, ଜଣେ ୧୮ ବର୍ଷରୁ କମ୍ ବର୍ଗର

0
502

ଭୁବନେଶ୍ବର: ଗତକାଲି ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ମାତ୍ର ଜଣେ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୩ଟି ଜିଲ୍ଲାରୁ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୭ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଓ ଷ୍ଟେଟପୁଲରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୩୭୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୧୦୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୯୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Also Read  ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଶିଶୁ ଅଦଳ ବଦଳ ଅଭିଯୋଗ