ଚୂଡାନ୍ତ ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି : ପ୍ରାର୍ଥୀଙ୍କ ପାଇଁ ଜାରି ହେଲା ଚିହ୍ନ

0
669
Odisha To Go For Urban Elections; SEC Issued Notification
Odisha To Go For Urban Elections; SEC Issued Notification

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ନିର୍ବାଚନ କମିସନଙ୍କ ପକ୍ଷରୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। କମିସନଙ୍କ ପକ୍ଷରୁ ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତିସଭ୍ୟ ଓ ସ୍ୱାଧୀନ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ଚିହ୍ନ ପ୍ରକାଶ କରାଯାଇଛି। ଓଡ଼ିଆ ଅଲଫାବେଟିକାଲ୍ ଅନୁସାରେ ଚିହ୍ନ ପ୍ରଦାନ କରାଯିବ। ନିର୍ବାଚନ ସମୟରେ ରାଜ୍ୟରେ କୋଭିଡ ସ୍ଥିତିକୁ ଦେଖି ନିର୍ବାଚନ କମିସନଙ୍କ ପକ୍ଷରୁ ସ୍ୱତନ୍ତ୍ର ଗାଇଡଲାଇନ ଜାରି କରାଯିବ।

ୱାର୍ଡ ମେମ୍ବରଙ୍କ ପାଇଁ ୧୫ଟି, ସରପଞ୍ଚଙ୍କ ପାଇଁ ୩୨ଟି ଓ ସମିତି ସଭ୍ୟ ପାଇଁ ୧୯ଟି ଚିହ୍ନ ରହିଛି। ସେହିପରି ସ୍ୱାଧୀନ ଜିଲ୍ଲା ପରିଷଦ ପାଇଁ ୧୯ଟି ଚିହ୍ନ ରହିଛି। ତେବେ ସ୍ୱୀକୃତିପ୍ରାପ୍ତ ଦଳଗୁଡିକ ଦଳୀୟ ଚିହ୍ନରେ ଲଢିବେ ଜିଲ୍ଲା ପରିଷଦ ଆସନ। ଏ ନେଇ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ରାଜ୍ୟ ନିର୍ବାଚନ ଆୟୋଗ ଚିଠି ଲେଖିଛନ୍ତି। ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି। ଏ ନେଇ ରାଜ୍ୟ ନିର୍ବାଚନ ଆୟୋଗ ପକ୍ଷରୁ ଖୁବଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ରାଜ୍ୟ ନିର୍ବାଚନ କମିସନର ଆଦିତ୍ୟ ପ୍ରସାଦ ପାଢ଼ୀ ସୂଚନା ଦେଇଛନ୍ତି।

Also Read  Boundary wall construction begins at Posco Site by IDCO authorities