ଜାଡ଼ରେ ଥରୁଛି ଓଡ଼ିଶା : ଘନ କୁହୁଡ଼ି ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

0
235
ପୁଣି ବଢ଼ିବ ଶୀତ
ପୁଣି ବଢ଼ିବ ଶୀତ

ଭୁବନେଶ୍ୱର: ଅସମ୍ଭାଳ ଜାଡ ସହିତ ଘନ କୁହୁଡିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ । ଉପାନ୍ତରୁ ଉପକୂଳ ସବୁଠି କମୁଛି ତାପମାତ୍ରା । ସ୍ୱାଭାବିକଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିଛି ତାପମାତ୍ରା । ଏହା ସହିତ ଉତ୍ତର ଦିଗରୁ ଆସୁଥିବା ଥଣ୍ଡା ଶୁଷ୍କ ପବନ ରାଜ୍ୟରେ ଜାଡ ବଢାଉଛି । ଅନ୍ୟପଟେ ବାୟୁମଣ୍ଡଳର ସ୍ଥିରତା ଏବଂ ଜଳୀୟବାଷ୍ପର ଉପସ୍ଥିତି ପାଇଁ କିଛି ଜିଲ୍ଲାରେ ଘନ କୁହୁଡି ଦେଖାଦେଉଛି ।

ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ପଡିବ ବୋଲି ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଘନ କୁହୁଡ଼ି ପାଇଁ ୯ଟି ଜିଲ୍ଲା ଓ ଆସନ୍ତାକାଲି ପାଇଁ ୧୩ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ମଧ୍ୟରାତିରୁ ସକାଳ ପର୍ଯ୍ୟନ୍ତ ସତର୍କ ରହିବା ସହିତ ଯାତାୟତ ବେଳେ ଗାଡି ଚାଳକ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ବିଭିନ୍ନ ସ୍ଥାନରେ ୨ଶହ ମିଟର ତଳେ ଦୃଶ୍ୟମାନ କ୍ଷମତା ରହିବ । ଦୁର୍ଘଟଣା ଘଟିବାର ସମ୍ଭାବନା ଅଧିକ ଥିବାରୁ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି ।

Also Read  ଶ୍ରୀଜୀଉଙ୍କ ଦର୍ଶନ କଲେ ନୀତି ଆୟୋଗ ଉପାଧ୍ୟକ୍ଷ

LEAVE A REPLY

Please enter your comment!
Please enter your name here