ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଛାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

0
380
ଲିଙ୍ଗରାଜ ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଲିଙ୍ଗରାଜ ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଗଞ୍ଜାମରୁ ପିକନିକ ଯାଉଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିବା ଏବଂ ଏଥିରେ ରଙ୍ଗେଇଲୁଣ୍ଡା ଅଞଳର ତିନି ଜଣ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ମାନଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତକ ଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ।

ସେହିପରି ଏହି ଦୁର୍ଘଟଣାରେ ଆହତ ଛାତ୍ର ମାନଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଆଜି ସକାଳୁ ଗଞ୍ଜାମରୁ ପିକନିକ ସାରି ଫେରିବା ବେଳେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ ତିନି ଜଣଙ୍କର ମୃତ୍ୟୁ ଘଟିଥିଲୋ । ପରବର୍ତ୍ତୀ ସମୟରେ ଜଣାପଡିଛି ଯେ, ସମସ୍ତ ମୃତକ ହେଉଛନ୍ତି ଛାତ୍ର ।

Also Read  Day temperatures rises day by day; MeT office

LEAVE A REPLY

Please enter your comment!
Please enter your name here