ଦ୍ୱିତୀୟ ଲହର ତୁଳନାରେ ଏବେ ବହୁତ କମ୍ ରହିଛି ହସ୍ପିଟାଲାଇଜେସନ

0
651
ଓଡିଶା ରେ ପହଁଚିଲା ଓମିସିୟୋର କିଟ; ଓମିକ୍ରନ ଭାରିଆଣ୍ଟ ର ଚିହ୍ନଟ ସହଜ ହେବ
ଓଡିଶା ରେ ପହଁଚିଲା ଓମିସିୟୋର କିଟ; ଓମିକ୍ରନ ଭାରିଆଣ୍ଟ ର ଚିହ୍ନଟ ସହଜ ହେବ

ଭୁବନେଶ୍ବର: ରାଜ୍ୟରେ କୋଭିଡ ସଂକ୍ରମଣ ଉପର ମୁହାଁ ଟ୍ରେଣ୍ଡରେ ରହିଛି । ବହୁତ ଅଳ୍ପ ଦିନରେ ଆମେ ଦ୍ୱିତୀୟ ଲହର ପିକକୁ ପାର୍ କରି ଯାଇ ପାରୁ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି।

ସେ କହିଛନ୍ତି, ଗୋଟିଏ ପାଣ୍ଡେମିକରେ ପ୍ରଥମେ ବଢ଼ିବ ତାହା ପରେ କିଛି ଦିନ ସମାନ୍ତରାଳରେ ରହିବ ତା ପରେ କମିବ। ବର୍ତ୍ତମାନ ଦେଶରେ ବି ବଢୁଛି ଆମର ମଧ୍ୟ ବଢୁଛି। ସଂକ୍ରମଣ ବଢିଲେ ମଧ୍ୟ ହସ୍ପିଟାଲାଇଜେସନ ବହୁତ କମ୍ ରହିଛି। ଏମିତି କି ବେଡ୍ ଅକ୍ୟୁପେନସିର ଷ୍ଟାଟସ୍ ଅନୁଯାୟୀ ଜେନେରାଲ ବେଡରେ ୬.୫୧ପ୍ରତିଶତ, ଆଇସିୟୁରେ ୧୨.୫୧ ପ୍ରତିଶତ, କ୍ରିଟିକାଲ କେୟାରରେ ଅଛି ୩.୬୨ ପ୍ରତିଶତ ପେସେଣ୍ଟ ରହିଛନ୍ତି । ଆମେ ବର୍ତ୍ତମାନ ୫ଟି ଦିଗ ଉପରେ ନଜର ରଖିଛୁ । ଟେଷ୍ଟ ପିଜିଟିଭ ରେଟ, ହସ୍ପିଟାଲାଇଜେସନ, ମୃତ୍ୟୁ ହାର, ଲୋକଙ୍କ ବ୍ୟବହାର ଏସବୁକୁ ଦେଖି ଆମେ ଆଗାମୀ ପଦକ୍ଷେପ ନେବୁ । କେବଳ ଓଡ଼ିଶାରେ ନୁହେଁ ଭାରତରେ ମଧ୍ୟ ହସ୍ପିଟାଲାଇଜେସନ କମ ରହିଛି । ଦ୍ୱିତୀୟ ଲହର ତୁଳନାରେ ଏବେ ବହୁତ କମ ରହିଛି ହସ୍ପିଟାଲାଇଜେସନ। ମୁଖ୍ୟମନ୍ତ୍ରୀ ଯେମିତି କହିଛନ୍ତି ଆମେ ସେହି ଅନୁସାରେ ଭିତ୍ତିଭୂମି ବଢ଼ାଇବା ଜାରି ରଖିଛୁ । ଔଷଧ, ଅକ୍ସିଜେନ ଓ ବେଡ ପ୍ରସ୍ତୁତ କରି ରଖାଯାଉଛି ।

Also Read  Odisha will be biggest beneficiary from Union Budget: Dharmendra Pradhan