ପଞ୍ଚାୟତ ନିର୍ବାଚନ : ୧୪ରେ ଚୂଡ଼ାନ୍ତ ଭୋଟର ତାଲିକା

0
800
୧୪ରେ ଚୂଡ଼ାନ୍ତ ଭୋଟର ତାଲିକା
୧୪ରେ ଚୂଡ଼ାନ୍ତ ଭୋଟର ତାଲିକା

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ଆଉ ପାଦେ ଆଗକୁ ବଢିଲେ ରାଜ୍ୟ ନିର୍ବାଚନ ଆୟୋଗ । ୱାର୍ଡ ୱାଇଜ୍ ଭୋଟର ତାଲିକା ପ୍ରସ୍ତୁତ କରିଯିବ । ୨୦୨୧ ନଭେମ୍ବର ୧ ତାରିଖ ସୁଦ୍ଧା ୧୮ ବର୍ଷ ହୋଇଥିଲେ ତାଲିକାରେ ସାମିଲ ହେବାକୁ ଆବେଦନ କରିପାରିବେ । କେବଳର ଜିଲ୍ଲାକୁ ଛାଡ଼ି ଅନ୍ୟ ସବୁ ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ କରାଯିବ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ ଆଦିତ୍ୟ ପ୍ରସାଦ ପାଢ଼ୀ।

ପଞ୍ଚାୟତ ନିର୍ବାଚନ ଆଉ ପାଦେ ଆଗକୁ ବଢ଼ିଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ। ୱାର୍ଡ ୱାଇଜ ଭୋଟର ତାଲିକା ପ୍ରସ୍ତୁତ କରିବା ପାଇଁ ଘୋଷଣା କରିଛନ୍ତି ତାରିଖ।୨୦୨୧ ନଭେମ୍ବର ୧ ତାରିଖ ସୁଦ୍ଧା ଯେଉଁମାନଙ୍କର ବୟସ ୧୮ ବର୍ଷ ହୋଇଥିବ, ସେମାନେ ଯୋଗ୍ୟ ଭୋଟର ଭାବେ ଆବେଦନ କରି ପାରିବେ। ବାଲେଶ୍ଵର ଜିଲ୍ଲା ବ୍ୟତୀତ ଅନ୍ୟ ୨୯ଟି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ କରାଯିବ ବୋଲି ରାଜ୍ୟ ନିର୍ବାଚନ ଆୟୋଗ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ନଭେମ୍ବର ୧୬ ତାରିଖରେ ସମସ୍ତ ଗ୍ରାମପଞ୍ଚାୟତରେ ପ୍ରାଥମିକ ଭୋଟର ତାଲିକା ପ୍ରକାଶ କରାଯିବ। କୌଣସି ଦାବି କିମ୍ବା ଆପତ୍ତି ଓ ଅଭିଯୋଗ ଥିଲେ, ୨୩ ତାରିଖ ସୁଦ୍ଧା ଇଲେକଟ୍ରୋରାଲ ରେଜିଷ୍ଟ୍ରଆର ଅଫିସର ନିକଟରେ ଦାଖଲ କରଯାଇ ପାରିବ। ୨୪ରୁ ୨୬ ତାରିଖ ମଧ୍ୟରେ ସମ୍ପୃକ୍ତ ଅଧିକାରୀ ଏହାର ଫଇସଲା କରିବେ। ଚିଠା ଭୋଟର ତାଲିକାକୁ ନେଇ ଯେଉଁମାନେ ଅସନ୍ତୋଷ ପ୍ରକାଶ କରିବେ ସେମାନେ ୨୯ରୁ ୩୦ ନଭେମ୍ବର ମଧ୍ୟରେ ବିଡିଓଙ୍କ ପାଖରେ ଦରଖାସ୍ତ ଆବେଦନ କରିବେ। ଡିସେମ୍ବର ୧ରୁ ୨ ତାରିଖ ଭିତରେ ବିଡିଓ ଏହି ଅଭିଯୋଗର ଫଇସଲା କରିବେ। ଡିସେମ୍ବର ୪ ତାରିଖରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ତାପରେ ଚୂଡାନ୍ତ ଭୋଟର ତାଲିକା କମିସନଙ୍କ ନିକଟରେ ଦାଖଲ ହେବ। ଡିସେମ୍ବର ୧୪ ତାରିଖ ସୁଦ୍ଧା ଚୂଡ଼ାନ୍ତ ଭୋଟର ତାଲିକା ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିକଟକୁ ଆସିବ।

 

Also Read  BMW iX1 Long Wheelbase Now Available In New Colour And Upholstery Options