ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି କରୋନାରେ ଆକ୍ରାନ୍ତ !

0
753
ନନ୍ଦ କିଶୋର ପୃଷ୍ଟି କରୋନାରେ ଆକ୍ରାନ୍ତ
ନନ୍ଦ କିଶୋର ପୃଷ୍ଟି କରୋନାରେ ଆକ୍ରାନ୍ତ

ଯାଜପୁର: ଶତାୟୁ ଶିକ୍ଷକ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ରବିବାର ନନ୍ଦ ପୃଷ୍ଟିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବାରୁ ତାଙ୍କୁ ପ୍ରଥମେ ସୁକିନ୍ଦା ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ବାସ୍ଥ୍ୟ ଅବସ୍ଥା ଅଧିକ ଖରାପ ହେବାରୁ ତାଙ୍କୁ ସୋମବାରଦିନ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।

ଶ୍ରୀ ପୃଷ୍ଟିଙ୍କୁ ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି ନନ୍ଦ ସାରଙ୍କ ସ୍ବାସ୍ଥ୍ୟ ଅବସ୍ଥା ସେତେଟା ଭଲ ନାହିଁ। ପରେ ତାଙ୍କୁ ଟାଟା ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ସେଠାରେ ପ୍ରଥମେ ତାଙ୍କର କୋଭିଡ ଟେଷ୍ଟ କରାଯିବା ପରେ ରିପୋର୍ଟ ପଜିଟିଭ ଆସିଥିଲା । ଜିଲ୍ଲାପାଳ ଚକ୍ରବର୍ତୀ ସିଂ ରାଠୋର ତାଙ୍କୁ ଟାଟା ଚିକିତ୍ସାଳୟରେ ଭେଟି ସ୍ବାସ୍ଥାବସ୍ଥା ସଂପର୍କରେ ପଚାରି ବୁଝିଛନ୍ତି।

Also Read  Former legislator Umesh Swain Passes Away At 74