ପଦ୍ମଶ୍ରୀ ନନ୍ଦ ସାରଙ୍କ ପରଲୋକ: ୧୦୪ ବର୍ଷ ବୟସରେ ଦେହାନ୍ତ

0
708
ପଦ୍ମଶ୍ରୀ ପଦ୍ମଶ୍ରୀ ନନ୍ଦ ସାରଙ୍କ ପରଲୋକ
ପଦ୍ମଶ୍ରୀ ପଦ୍ମଶ୍ରୀ ନନ୍ଦ ସାରଙ୍କ ପରଲୋକ

ଭୁବନେଶ୍ବର: ପଦ୍ମଶ୍ରୀ ସମ୍ମାନପ୍ରାପ୍ତ ନନ୍ଦ କିଶୋର ପୃଷ୍ଟି ଆଉ ନାହାନ୍ତି। ଆଜି ଦିନ ୧ଟା ୨୮ ମିନିଟ୍ ସମୟରେ ୧୦୪ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ସେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି। ଏନେଇ ନନ୍ଦ ସାରଙ୍କ ନାତି ଖଗେଶ୍ବର ପୃଷ୍ଟି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ସେ ଅସୁସ୍ଥ ହେବା ପରେ ନନ୍ଦ ସାରଙ୍କୁ ଗତ ୩୦ ତାରିଖରେ ପ୍ରଥମେ ଯାଜପୁର ରୋଡ୍ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଉନ୍ନତ ଚିକିତ୍ସା ପାଇଁ ଭୁବନେଶ୍ବରସ୍ଥିତ ସମ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। କୋଭିଡ ପଜିଟିଭ୍ ଚିହ୍ନଟ ହେବା ପରେ ଟାଟା କୋଭିଡ୍ ହସ୍ପିଟାଲ, କଳିଙ୍ଗନଗରରେ ଭର୍ତ୍ତି କରାଯାଇଥିଲା। ବୟସାଧିକ୍ୟ କାରଣ ଓ ସ୍ୱାସ୍ଥ୍ୟଗତ ଜଟିଳତା ପାଇଁ ଉନ୍ନତ ଚିକିତ୍ସା ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ ନନ୍ଦ ସାର୍ଙ୍କୁ ‘ସମ୍’ ହସ୍ପିଟାଲକୁ ଶନିବାର ସ୍ଥାନାନ୍ତର କରାଯାଇଥିଲା। ସେ କୋଭିଡରେ ବି ଆକ୍ରାନ୍ତ ଥିଲେ।

ଶତାୟୁ ଶିକ୍ଷକ ନନ୍ଦ ସାର ଗତ ନଭେମ୍ବର ୯ ତାରିଖରେ ରାଷ୍ଟ୍ରପତି ଭବନ ଯାଇ ରାଷ୍ଟ୍ରପତିଙ୍କଠାରୁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଥିଲେ। ଏହି ଅବସରରେ ସେ ରାଷ୍ଟ୍ରପତିଙ୍କୁ ଆଶୀର୍ବାଦ କରିବା ଦୃଶ୍ୟ ସବୁଆଡ଼େ ଚର୍ଚ୍ଚାର ବିଷୟ ପାଲଟିଥିଲା।

Also Read  ଓଡ଼ିଶାର କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀରୁ ଡାକରା; ସିଧାସଳଖ ରାହୁଲ ଗାନ୍ଧୀଙ୍କ ସହ ହେବ ଭେଟ