ପୁଣି ସଂକ୍ରମଣ ତଳମୁହାଁ : ୨,୧୦୬ କରୋନା ପଜିଟିଭ

0
770
କମିଲା କରୋନା
କମିଲା କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨,୧୦୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୨୨୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୮୭୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୨୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୯୭ ଜଣ, ବାଲେଶ୍ୱରରୁ ୪୦ ଜଣ, ବରଗଡ଼ରୁ ୧୭ ଜଣ, ଭଦ୍ରକରୁ ୪୦ ଜଣ, ବଲାଙ୍ଗୀରରୁ ୬୫ ଜଣ, ବୌଦ୍ଧ ଜିଲ୍ଲାରୁ ୫୫, କଟକରୁ ୧୫୫ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୬୧ ଜଣ, ଗଜପତିରୁ ୬୪, ଗଞ୍ଜାମରୁ ୩୫ ଜଣ, ଜଗତସିଂହପୁରରୁ ୩୨ ଜଣ, ଯାଜପୁରରୁ ୫୩ ଜଣ, ଝାରସୁଗୁଡ଼ାରୁ ୫୬ ଜଣ, କଳାହାଣ୍ଡିରୁ ୩୬ ଜଣ, କନ୍ଧମାଳରୁ ୪୪ ଜଣ, କେନ୍ଦ୍ରାପଡ଼ାରୁ ୭୬ ଜଣ, କେଉଁଝରରୁ ୪୦ ଜଣ, ଖୋର୍ଦ୍ଧାରୁ ୪୨୯ ଜଣ, କୋରାପୁଟରୁ ୪୫ ଜଣ, ମାଲକାନଗିରିରୁ ୭ ଜଣ, ମୟୁରଭଞ୍ଜରୁ ୪୨ ଜଣ, ନବରଙ୍ଗପୁରରୁ ୪୩, ନୟାଗଡ଼ରୁ ୭୦ ଜଣ, ନୂଆପଡ଼ାରୁ ୩୮ ଜଣ, ପୁରୀରୁ ୩୪ ଜଣ, ରାୟଗଡ଼ାରୁ ୪୩ ଜଣ, ସମ୍ୱଲପୁରରୁ ୫୬ ଜଣ, ସୋନପୁରରୁ ୩୭, ସୁନ୍ଦରଗଡ଼ରୁ ୨୧୯ ଜଣ ଓ ଷ୍ଟେଟ ପୁଲରୁ ୭୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୬୬, ୮୭୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୩୪, ୩୫୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୩, ୬୭୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Also Read  Silver Plating Work of Singha Dwara’s ‘Gumuta’ Begins