ପୁନଃ ନାମାଙ୍କନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ବିଜ୍ଞପ୍ତି

0
546
Odisha SEC Revises Expenditure Limit Ahead Of Urban Poll
Odisha SEC Revises Expenditure Limit Ahead Of Urban Poll

ଭୁବନେଶ୍ୱର: ପ୍ରାର୍ଥିପତ୍ର ଦାଖଲ ପାଇଁ ପ୍ରାର୍ଥୀଙ୍କୁ ମିଳିବ ଦ୍ୱିତୀୟ ସୁଯୋଗ । ଯେଉଁ ନିର୍ବାଚନ ମଣ୍ଡଳୀରେ କୌଣସି ପ୍ରାର୍ଥୀ ନାମାଙ୍କନ ଦାଖଲ କରିନାହାନ୍ତି କିମ୍ବା ସମସ୍ତ ପ୍ରାର୍ଥିପତ୍ର ଖାରଜ ହୋଇଛି, ସେଠାରେ ନାମାଙ୍କନ ପାଇଁ ପୁଣି ସୁଯୋଗ ଦିଆଯିବ।

ଆଉଥରେ ନାମାଙ୍କନ ଦାଖଲ କରିବା ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୭ ତାରିଖରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି । ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ହେବ। ଫେବୃଆରୀ ୧ ଯାଞ୍ଚ ପ୍ରକ୍ରିୟା, ୨ରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଏହା ମଧ୍ୟରେ ୪ ହଜାରରୁ ଅଧିକ ୱାର୍ଡ ମେମ୍ବର, ୬ ସମିତିସଭ୍ୟ, ୭ ସରପଞ୍ଚ ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ ହେବ । ରାଜ୍ୟର କୋଭିଡ ସ୍ଥିତି ଉପରେ ନଜର ରଖାଯାଇଛି । ବିଭିନ୍ନ ଦିଗକୁ ତର୍ଜମା କରି ପ୍ରଚାର ପାଇଁ କଟକଣା ନେଇ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ରାଜ୍ୟ ନିର୍ବାଚନ କମିଶନର ।

Also Read  IND vs ENG ODI: Players Land in Bhubaneswar