ପୁରୀ ଜିଲ୍ଲାର ଚାଷୀଙ୍କୁ ‘କାଳିଆ’ ସହାୟତା : ଉପକୃତ ହେବେ ୧,୬୫,୧୩୧ ଚାଷୀ

0
364
odisha-farmers-to-get-rs-2000-kalia-assistance-today

ଭୁବନେଶ୍ୱର :୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏଁ ସହାୟତା ପାଇବେ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି । ପୁରୀ ଜିଲ୍ଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୩୩.୦୩କୋଟି ଟଙ୍କା ଦେବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ ।

ରାଜ୍ୟର କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ପରିବାରମାନଙ୍କୁ କୃଷି କାର୍ଯ୍ୟରେ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ସାରା ଦେଶରେ ଚାଷମାନଙ୍କ କଲ୍ୟାଣ ପାଇଁ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ।ଏଥିରେ ଚାଷୀମାନେ ବିଭିନ୍ନ କୃଷିସାମଗ୍ରୀ ଯଥା – ବିହନ, ସାର ତଥା କୀଟନାଶକ ଓ କୃଷି ଯନ୍ତ୍ରପାତି କିଣିବା ପାଇଁ ଆନୁସଂଗିକ ଆର୍ଥିକ ସୁବିଧା ପାଇପାରୁଛନ୍ତି। ସେହିପରି ଭୂମିହୀନ କୃଷି ପରିବାରମାନେ ମଧ୍ୟ ରୋଜଗାର ବୃଦ୍ଧି ପାଇଁ ବିଭିନ୍ନ ଆନୁସଂଗିକ କୃଷି କାର୍ଯ୍ୟ କରିପାରୁଛନ୍ତି । ଚାଷୀମାନଙ୍କ ଋଣ ଭାର କମ୍ କରିବାରେ ମଧ୍ୟ ଏହା ବିଶେଷ ସହାୟକ ସାବ୍ୟସ୍ତ ହୋଇ ପାରିଛି ।

ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭,୧୨,୯୪୧ ଜଣ ଚାଷୀଙ୍କୁ ୭୪୨.୫୮ କୋଟି ଟଙ୍କାର କାଳିଆ ସହାୟତା ବଣ୍ଟନ କରିଥିଲେ । ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ଚାଷୀମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଇପାରିନଥିଲା ।

Also Read  ଅଭିନେତ୍ରୀଙ୍କୁ ଚୂନ ଲଗାଇଲେ ଠକ, ଆକାଉଣ୍ଟରୁ ଖାଲି କରିଦେଲେ ୪ କୋଟି ଟଙ୍କା

LEAVE A REPLY

Please enter your comment!
Please enter your name here