ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜାମିନ୍‌, ସର୍ତ୍ତମୂଳକ ଜାମିନ୍‌ ପ୍ରଦାନ କଲେ ବାଣପୁର JMFC

0
1663

ବାଣପୁର,: ବାଣପୁର ବ୍ଲକ ସମ୍ମୁଖରେ ଜନସାଧାରଣ ଓ ପୋଲିସ କର୍ମଚାରୀଙ୍କ ଉପରେ ଗାଡ଼ି ଚଢାଇ ଦେଇଥିବା ଅଭିଯୋଗରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବର୍ତ୍ତମାନ ବାଣପୁର ସବ ଜେଲରେ ଥିବା ବେଳେ ଆଜି ତାଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର ଆସିଛି। ବିଧାୟକଙ୍କୁ ଏକ ପୂର୍ବତନ ମାମଲାରେ ଜାମିନ ମିଳିଛି। ବିଧାୟକଙ୍କୁ ବାଣପୁର ସହକାରୀ ଦୌରାଜଜ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ବାଣପୁର ଥାନା କେଶ ନମ୍ବର ୮୧/୨୨ ରେ ଚିଲିକା ବିଧାୟକଙ୍କୁ ଜାମିନ ମିଳିଛି।

ସୂଚନା ଥାଉକି ଚଳିତ ବର୍ଷ ପଞ୍ଚାୟତ ନିର୍ବାଚନ ଦିନ ଭେଟେଶ୍ୱର ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ଜିତେନ୍ଦ୍ର କୁମାର ଭୋଳଙ୍କୁ ଦୁର୍ବୁତ୍ତ ମାନେ ମରଣାନ୍ତକ ଆକ୍ରମଣ କରିବା ସହ ତାଙ୍କ ଗାଡ଼ି ଭାଙ୍ଗି ଦେଇଥିଲେ। ଏଥି ନିମନ୍ତେ ଜିତେନ୍ଦ୍ରଙ୍କ ଭାଇ ପ୍ରଦୀପ ଭୋଳ ଉକ୍ତଦିନ ରାତିରେ ବାଣପୁର ଥାନାରେ ଏତଲା ଦେବା ପାଇଁ ଯାଇଥିବା ବେଳେ ବିଧାୟକଙ୍କ ଉପସ୍ଥିତିରେ ଥାନା ପରିସରରେ ତାଙ୍କୁ ବିଜେଡି କର୍ମୀମାନେ ମରଣାନ୍ତକ ଆକ୍ରମଣ କରିଥିଲେ। ଏହାପରେ ପୋଲିସ କେସ ନମ୍ବର ୮୧/୨୨ ରେ ମାମଲା ରୁଜୁ କରାଯାଇଥିଲା, ଯେଉଁଥିରେ ୧୫ ନମ୍ବର ଅଭିଯୁକ୍ତ ଭାବେ ଚିଲିକା ବିଧାୟକ ଥିଲେ।

ବିଧାୟକଙ୍କ ଓକିଲ ଉକ୍ତ ମାମଲାରେ ଚଳିତ ମାସ ଦୁଇ ତାରିଖ ଦିନ ବାଣପୁର ଜେଏମଏଫସିଙ୍କ ନିକଟରେ ଜାମିନ ପାଇଁ ଆବେଦନ କରାଯାଇଥିଲା। କିନ୍ତୁ ବିଚାରପତି ତାହାକୁ ଖାରଜ କରିଦେଇଥିଲେ। ଏହାପରେ ବାଣପୁର ସହକାରୀ ଦୌରା ଜଜଙ୍କ କୋର୍ଟରେ ଜାମିନ ପାଇଁ ୪ ତାରିଖ ଦିନ ଆବେଦନ କରାଯାଇଥିବା ବେଳେ ଆଜି ତାହାର ଶୁଣାଣି ହୋଇ ରାୟ ପ୍ରକାଶ ପାଇଥିଲା ।

Also Read  ପୁଣି ବିଗିଡିଲା ଲାଲୁ ଯାଦବଙ୍କ ସ୍ୱାସ୍ଥ୍ୟବସ୍ଥା, ଏୟାର ଆମ୍ବୁଲାନ୍ସରେ ଯିବେ ଦିଲ୍ଲୀ ଏମ୍ସ