ବଢୁଛି କୋଭିଡ୍‌-୧୯ ସଂକ୍ରମଣ: ୨୪ ଘଣ୍ଟାରେ ଦେଶରେ ୮,୩୨୯ ଜଣ ଆକ୍ରାନ୍ତ; ୧୦ଜଣ ମୃତ

0
298

ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇ ୮,୩୨୯ ଅତିକ୍ରମ କରିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮,୩୨୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୦ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୮,୩୨୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୨,୧୩,୪୩୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୭୫୭ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୪୨୧୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୪୮,୩୦୮।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪୦୩୭୦।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୪,୯୨,୭୧,୧୧୧ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୫,୪୫,୪୩,୨୮୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୪୪,୯୯୪ଟି ନମୁନା।

Also Read  ବରିଷ୍ଠ ବାମପନ୍ଥୀ ନେତା ତଥା ପୂର୍ବତନ ସାଂସଦ ଶିବାଜୀ ପଟ୍ଟନାୟକଙ୍କ ପରଲୋକ

LEAVE A REPLY

Please enter your comment!
Please enter your name here