ବର୍ଷା ହେତୁ ଶୁକ୍ରବାର ଶିମିଳିପାଳ ଅଭୟାରଣ୍ୟ ବନ୍ଦ

0
568

ବାରିପଦା: ପଶ୍ଚିମା ଝଡ଼ ପ୍ରଭାବରେ ଉତ୍ତର ଓଡିଶାର ମୟୂରଭଞ୍ଜ ଜିଲ୍ଲାରେ ଆଜି ସକାଳୁ ପ୍ରବଳ ବର୍ଷା ହେଉଛି।  ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଜି ଶିମିଳିପାଳ ଅଭୟାରଣ୍ୟକୁ ବନ୍ଦ ରଖାଯାଇଛି। ଏ ନେଇ ଉତ୍ତର ଶିମିଳିପାଳର ଡେପୁଟି ଡ଼ାଇରେକ୍ଟର ସାଇ କିରଣ  ଡି.ଏନ ଟୁଇଟ ମାଧ୍ୟମ ରେ ସୂଚନା ପ୍ରଦାନ କରିଛନ୍ତି ।

ଶୁକ୍ରବାର ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ ବୋଲି ଜଣାଯାଇଛି। ପଶ୍ଚିମା ଝଡ଼ ପ୍ରଭାବରେ ଶିମିଳିପାଳରେ ପ୍ରବଳ ବର୍ଷା ହେଉଛି। କାଳେ ଏହି ସମୟରେ କିଛି ଅଘଟଣ ଘଟିବ, ସେଭଳି ଆଶଙ୍କା କରାଯାଇ ଏବଂ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ଏପରି ପଦକ୍ଷେପ ନିଆଯାଇଥିବା କୁହାଯାଉଛି।

ସୂଚନାଯୋଗ୍ୟ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଜାତୀୟ ଉଦ୍ୟାନ ୩ ଦିନ ଧରି ବନ୍ଦ ରଖାଯାଇଥିଲା। ଡିସେମ୍ବର ୩୧ରୁ ଜାନୁଆରି ୨ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ପ୍ରବେଶ ମନା ହୋଇଥିଲା। ଏହାପରେ ଶିମିଳିପାଳ ଜାତୀୟ ଉଦ୍ୟାନ ଖୋଲିଥିଲା।
Also Read  Sight of Super Moon in Odisha after 69 years on Monday late evening