ବାଜିଲା ପଞ୍ଚାୟତ ନିର୍ବାଚନ ବିଗୁଲ, ଫେବୃଆରୀ ୧୬ରୁ ଭୋଟ

0
445

ଭୁବନେଶ୍ୱର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ବିଗୁଲ ବାଜିଲା ।  ଫେବୃୟାରୀ୧୬ରୁ ପଡ଼ିବ ଭୋଟ। ଫେବୃୟାରୀ ୧୬, ୧୮, ୨୦ ,୨୨ ଓ ୨୪ରେ ନିଜ ନେତା ବାଛିବେ ଭୋଟର । ଆଜିଠୁ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ କରାଯାଇଛି। ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ।

ସେ କହିଛନ୍ତି,ସକାଳ ୭ଟାରୁ ଦିନ ୧ଟା ଯାଏ ମତଦାନ କରାଯାଇପାରିବ। କୋଭିଡ୍ କଟକଣା ଭିତରେ ନିର୍ବାଚନ ହେବ। ଏଥର ଜଣେ ପ୍ରାର୍ଥୀ ସର୍ବାଧିକ ୫ଜଣଙ୍କୁ ସାଙ୍ଗରେ ନେଇ ଘରକୁ ଘର ବୁଲି ପ୍ରଚାର କରିପାରିବେ। କୌଣସି ପ୍ରକାରର ସମ୍ମିଳନୀକୁ ଅନୁମତି ମିଳିବ ନାହିଁ।ଭର୍ଚୁଆଲରେ ପ୍ରଚାର କରିପାରିବେ ପ୍ରାର୍ଥୀ।

୨୦୨୨ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଏଥର ୫ଟି ପର୍ଯ୍ୟାୟରେ ହେବ । ପ୍ରତି ପର୍ଯ୍ୟାୟ ଦିନକ ଲେଖାଏ ବ୍ୟବଧାନରେ ହେବ । ଚଳିତ ନିର୍ବାଚନରେ ଭୋଟ୍ ଦେବେ ୨ କୋଟି ୭୯ ଲକ୍ଷ ଭୋଟର୍। ମୋଟ୍ ଓ୍ୱାର୍ଡ ସଂଖ୍ୟା ୯୧,୯୧୩ ଥିବା ବେଳେ ୬୭୯୪ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ ପାଇଁ ନିର୍ବାଚନ ହେବ । ୮୫୩ ଜିଲ୍ଲା ପରିଷଦ ଜୋନ୍ ପାଇଁ ମଧ୍ୟ ପଡ଼ିବ ଭୋଟ ।

ଜିଲ୍ଲା ପରିଷଦ, ସରପଞ୍ଚ, ସମିତି ସଭ୍ୟ ପ୍ରାର୍ଥୀ ନିଜ ସଂପତ୍ତି ତାଲିକା, ଅପରାଧ ମାମଲାର ବିବରଣୀ ଦେବେ । ଶିକ୍ଷାଗତ ଯୋଗ୍ୟତା ସତ୍ୟପାଠ ଜରିଆରେ ଦାଖଲ କରିବେ । ଓ୍ୱାର୍ଡମେମ୍ବର ପ୍ରାର୍ଥୀ ସେଲ୍ଫ ଡିକ୍ଲାରେସନ୍ ଜରିଆରେ ଏସବୁ ତଥ୍ୟ ଦେବେ। ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିର ପ୍ରାର୍ଥୀ ଜାତିଗତ ସାର୍ଟିଫିକେଟ୍ ଦେବେ । ଏଥିରେ କୌଣସି ପ୍ରାର୍ଥୀଙ୍କ ସତ୍ୟପାଠ ମିଥ୍ୟା ପ୍ରମାଣିତ ହେଲେ ତା’ଙ୍କୁ ଦଣ୍ଡିତ କରାଯିବ।

କୋଭିଡ କଟକଣାକୁ ନଜରରେ ରଖି ରୋଡ, ଶୋ’, ସାଇକେଲ, ଯାତ୍ରା, ବାଇକେଲ ରାଲି, ସଭାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ସମାବେଶକୁ ନିଷିଦ୍ଧ କରାଯାଇଛି। ଡିଜିଟାଲ, ଭର୍ଚୁଆଲ ମିଡିଆରେ ପ୍ରଚାର କରିବାକୁ କୁହାଯାଇଛି। ସର୍ବାଧିକ ୫ ଜଣଙ୍କୁ ନେଇ ଡୋର ଟୁ ଡୋର ପ୍ରଚାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ ଉଲ୍ଲଘଂନ କଲେ ଦଣ୍ଡିତ ହେବେ। ଉଭୟ ଡୋଜ କୋଭିଡ ଟିକା ନେଇଥିବା ତଥା ଆରଟିପିସିଆର ରିପୋର୍ଟ ବ୍ୟକ୍ତି ହିଁ ଭୋଟ ଗଣତି କେନ୍ଦ୍ରକୁ ପ୍ରବେଶ କରିପାରିବେ।

Also Read  Maa Samaleswari Adorns Dhabalamukhi Besha on Mahalaya