ବିଜାପୁରରେ ପୁଲିସର ଏନକାଉଣ୍ଟରରେ ଦୁଇ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ମୃତ୍ୟୁ

0
671
Two Maoists Killed In Odisha
Two Maoists Killed In Odisha

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଲିସ-ମାଓବାଦୀଙ୍କ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ହୋଇଛି। ଏଥିରେ ଦୁଇ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଲିସ-ମାଓବାଦୀଙ୍କ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ହୋଇଛି। ଉସୁର ଜଙ୍ଗଲରେ ପୁଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି। ଏହି ଏନକାଉଣ୍ଟରରେ ଦକ୍ଷିଣ ବସ୍ତର ମାଓ ସଙ୍ଗଠନର ଦୁର୍ଦ୍ଦାନ୍ତ ମାଓବାଦୀ ଡିଭିସିଏମ୍ ପଦରେ ଥିବା ସୁଧାକରର ମୃତ୍ୟୁ ହୋଇଛି। ଘଟଣା ସ୍ଥଳରୁ ଗୋଟିଏ ଏଲଏମଜି, ଗୋଟିଏ ସଲର ଭଳି ଅତ୍ୟାଧୁନିକ ବନ୍ଧୁକ ଜବତ କରିଛି ପୁଲିସ। ଏସଟିଏଫ୍, ଡିଆରଜି ଯବାନଙ୍କ ମିଳିତ ଅପରେସନ ବେଳେ ଏହି ସଫଳତା ମିଳିଛି।

Also Read  Deputy CM asks Subhadra Yojna beneficiaries to visit banks to resolve payment issues