ଭୀମସାରରେ କରୋନା : ୫ ହଷ୍ଟେଲ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌

0
656
ଭିମସାରରେ ଡେଲଟା ଭାରିଆଣ୍ଟ ଚିହ୍ନଟ
ଭିମସାରରେ ଡେଲଟା ଭାରିଆଣ୍ଟ ଚିହ୍ନଟ

ସମ୍ବଲପୁର : ବୁର୍ଲା ଭୀମସାରରେ ୩୧ ଜଣ ଡାକ୍ତରୀ ଛାତ୍ରଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ସଂକ୍ରମଣ ବୃଦ୍ଧିକୁ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ସଂପୃକ୍ତ ଅଞ୍ଚଳରେ ଥିବା ୯ଟି ହଷ୍ଟେଲ ସମେତ ଷ୍ଟାଫଙ୍କ ସରକାରୀ ଘର ଗୁଡ଼ିକୁ ଯଥାକ୍ରମେ ମାଇକ୍ରୋ କଣ୍ଟେନମେଣ୍ଟ ଓ ବଫର ଜୋନ୍‌ ଭାବେ ଘୋଷଣା କରାଯାଇଛି।

ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ବୁର୍ଲା ସହରର ୬ ନମ୍ବର ଓ୍ୱାର୍ଡରେ ଥିବା ୫ଟି ହଷ୍ଟେଲକୁ ମାଇକ୍ରୋ କଣ୍ଟେନମେଣ୍ଟ ଭାବେ ଘୋଷଣା କରାଯାଇଛି। ସେହିପରି ସେହି ଅଞ୍ଚଳରେ ଥିବା ଅନ୍ୟ ୪ଟି ହଷ୍ଟେଲ ସମେତ ପାଖରେ ଥିବା ଷ୍ଟାଫ୍‌ମାନଙ୍କ ସରକାରୀ ଘରଗୁଡ଼ିକୁ ବଫର ଜୋନ୍‌ ଭାବେ ଘୋଷଣା କରାଯାଇଛି।

୩୧ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ଗତକାଲି ଭୀମସାର କର୍ତ୍ତୃପକ୍ଷ ଏକ ବୈଠକ କରିଥିଲେ। ବୈଠକରେ ଅନ୍ୟାନ୍ୟ ନିଷ୍ପତ୍ତି ସହିତ ହଷ୍ଟେଲ ଥିବା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିବା ପାଇଁ ଜିଲ୍ଲା ପ୍ରଶାସନକୁ ଅନୁରୋଧ କରାଯାଇଥିଲା।

ସୂଚନାଯୋଗ୍ୟ, ଗତକାଲି ଭୀମସାରରେ ୩୧ ଜଣ ଡାକ୍ତରୀ ଛାତ୍ରଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଖବର ଆସିଥିଲା। ସେମାନଙ୍କୁ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକ୍ରାନ୍ତଙ୍କ ମଧ୍ୟରେ ପ୍ରଥମ, ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ବର୍ଷର ଛାତ୍ରଛାତ୍ରୀ ଥିବା ଜଣାପଡ଼ିଛି। କିଛି ଦିନ ତଳେ ଭୀମସାରର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିଲା। ସେଠାରୁ ହିଁ ଛାତ୍ରଛାତ୍ରୀମାନେ କରୋନା ସଂକ୍ରମିତ ହୋଇଥିବା ସନ୍ଦେହ କରାଯାଉଛି।

Also Read  Puri: Minor Girl Misbehaved by Youth