ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ସାମ୍ବାଦିକ ମୃତ

0
1186
ସାମ୍ବାଦିକ ରୋହିତ ବିଶ୍ବାଳ
ସାମ୍ବାଦିକ ରୋହିତ ବିଶ୍ବାଳ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଅଭାବନୀୟ ଘଟଣା । ମାଓବାଦୀ ବିଛାଇ ଥିବା ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣରେ ଜଣେ ସାମ୍ବାଦିକଙ୍କ ମୃତ୍ୟୁ । ମୃତ ସାମ୍ବାଦିକ ହେଲେ ରୋହିତ ବିଶ୍ବାଳ ।

ମିଳିଥିବା ସୂଚନା ଅନୁସାରେ ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଡମ୍ବକରଲାମଖୁଣ୍ଟାର ଦୁଲେନ ଛକରେ ଲ୍ୟାଣ୍ଡ ମାଇନ ବିଛାଇ ଥିଲେ । ଏହି ସମୟରେ ରୋହିତ ସେହି ବାଟ ଦେଇ ଯାଉଥିବା ବେଳେ ଏହା ବିସ୍ଫୋରଣ ହୋଇ ଯାଇଥିଲା । ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଛି ।ବିସ୍ଫୋରଣରେ ପରେ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଛି । ସୁରକ୍ଷା କର୍ମୀ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି ।

Also Read  ଜାତୀୟ ହାର ତୁଳନାରେ ରାଜ୍ୟରେ କୋଭିଡ ସଂକ୍ରମଣ ସ୍ଥିତି ଭଲ

LEAVE A REPLY

Please enter your comment!
Please enter your name here