ରାଜ୍ୟରେ ଆଉ ୫ ଓମିକ୍ରନ୍ ଚିହ୍ନଟ : ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଲା

0
395
ରାଜ୍ୟରେ ଆଉ ୫ ଓମିକ୍ରନ୍ ଚିହ୍ନଟ
ରାଜ୍ୟରେ ଆଉ ୫ ଓମିକ୍ରନ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣ ଓମିକ୍ରନ୍ ଚିହ୍ନଟ ହୋଇଛନ୍ତି। ଏହି ସଂଖ୍ୟାକୁ ମିଶାଇ ସମୁଦାୟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି ।

ଓଡ଼ିଶାରେ ପ୍ରଥମେ ଦୁଇଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଥିଲେ। ଗତ ୨୧ ତାରିଖରେ ରାଜ୍ୟରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏନେଇ ଆଇଏଲଏସ୍ ପକ୍ଷରୁ ସୂଚନା ଦିଆଯାଇଥିଲା। ଏମାନଙ୍କ ଭିତରୁ ଜଣେ ନାଇଜେରିଆ ଓ ଆଉଜଣେ କାତାରରୁ ଓଡ଼ିଶାକୁ ଫେରିଥିବା କୁହାଯାଇଥିଲା। ଜିନମ୍ ସିକ୍ବେନ୍ସିଂ ପରେ ଚିହ୍ନଟ ହୋଇଥିଲେ। ସେ ଦୁଇ ଜଣଙ୍କ ସ୍ଵାସ୍ଥ୍ୟବସ୍ଥା ସ୍ଥିର ଅଛି। କେହି ଗୁରୁତର ନାହାନ୍ତି। ଏମାନଙ୍କ ଭିତରୁ ଜଣେ କଟକର ଓ ଆଉଜଣେ ଖୋର୍ଦ୍ଧାର। ଦୁଇ ଜଣ ପୁରୁଷ। ଉଭୟଙ୍କର ବୟସ ଯଥାକ୍ରମେ ୪୩ ଓ ୪୧। ଏହା କହିଥିଲେ ଆଇଏଲଏସ୍ ନିର୍ଦେଶକ ଅଜୟ ପରିଡ଼ା।
ଏହାପରେ ପୁଣି ୨ ନାଇଜେରିଆ ଫେରନ୍ତା ଓମିକ୍ରନ୍ ଚିହ୍ନଟ ହୋଇଥିଲେ। ଉଭୟେ ଭୁବନେଶ୍ବରରେ ଚିକିତ୍ସିତ ହେଉଥିବାର ସୂଚନା ଦେଇଥିଲେଆଇଏଲଏସ୍ ନିର୍ଦେଶକ ଅଜୟ ପରିଡ଼ା। ପୁଣି ଗତକାଲି ୪ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ରାଜ୍ୟରେ ମୋଟ୍ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୮ରେ ପହଞ୍ଚିଥିଲା। ଏମାନଙ୍କ ଭିତରୁ ଜଣେ ମାତ୍ର ସୁସ୍ଥ ହୋଇଛନ୍ତି। ଗତକାଲି ପୁଣି ଜଣେ ନୂଆ ଚିହ୍ନଟ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆଜିର ସଂଖ୍ୟାକୁ ମିଶାଇ ରାଜ୍ୟରେ ସମୁଦାୟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି।

Also Read  Khurda Road-Rajsunakhala passenger train extended upto Bolagarh Road in Odisha now