ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ୨ ହଜାର ୬୦୩ ଆକ୍ରାନ୍ତ

0
636
wearing of masks mandatory-in-New Delhi

ଭୁବନେଶ୍ୱର: ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ୨ ହଜାର ୬୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧ ହଜାର ୫୨୧ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧ ହଜାର ୦୮୨ ଲୋକାଲ କେସ୍ ଚିହ୍ନଟ ହୋଇଛନ୍ତି । ସେହିପରି ୦ ରୁ ୧୮ ବର୍ଷ ମଧ୍ୟରେ ରାଜ୍ୟରେ ୩୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯଦି ସୁସ୍ଥ କଥା କହିବା ତାହାଲେ ରାଜ୍ୟରେ ୨୪ ଘଣ୍ଟାରେ ୬ ହଜାର ୧୦୯ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୪୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୧୦୨, ବାଲେଶ୍ୱରରୁ ୪୮, ବରଗଡ଼ରୁ ୫୧, ଭଦ୍ରକରୁ ୩୭, ବଲାଙ୍ଗୀରରୁ ୬୦, ବୌଦ୍ଧରୁ ୩୭, କଟକରୁ ୨୦୫, ଦେଓଗଡ଼ରୁ ୨୧, ଢେଙ୍କାନାଳରୁ ୬୪, ଗଜପତିରୁ ୬୪, ଗଞ୍ଜାମରୁ ୮୫, ଜଗତସିଂହପୁରରୁ ୬୦, ଯାଜପୁରରୁ ୧୩୩, ଝାରସୁଗୁଡ଼ାରୁ ୫୭, କଳାହାଣ୍ଡିରୁ ୬୦, କନ୍ଧମାଳରୁ ୨୬, କେନ୍ଦ୍ରାପଡ଼ାରୁ ୬୩, କେନ୍ଦୁଝରରୁ ୪୩, କୋରାପୁଟରୁ ୯୪, ମାଲକାନଗିରିରୁ ୧୯, ମୟୁରଭଞ୍ଜରୁ ୧୦୪, ନବରଙ୍ଗପୁରରୁ ୬୨, ନୟାଗଡ଼ରୁ ୬୭, ନୂଆପଡ଼ାରୁ ୮୭, ପୁରୀରୁ ୪୧, ରାୟଗଡ଼ାରୁ ୬୧, ସମ୍ବଲପୁରରୁ ୮୮, ସୋନପୁରରୁ ୧୬, ସୁନ୍ଦରଗଡ଼ରୁ ୨୦୪ ଓ ଷ୍ଟେଟ ପୁଲରୁ ୧୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୪ ହଜାର ୭୦୫ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣ୧୨,୨୮,୯୭୬ ସୁସ୍ଥ ହୋଇସାରିଛନ୍ତି। ୨୬୯୬୫ ଜଣ ଏବେ ଚିକିତ୍ସାଧୀନ  ଥିବା ବେଳେ  ମୃତ୍ୟୁ ସଂଖ୍ୟା ୮,୭୧୧କୁ ବୃଦ୍ଧି ପାଇଛି।

Also Read  Sundergarh BJD cries to get a seat in the state cabinet: Activists protest demanding same