ରାଜ୍ୟରେ କମୁଛି ସଂକ୍ରମଣ : ୨ ହଜାର ୬୯୭ ଆକ୍ରାନ୍ତ ଚିହ୍ନଟ

0
524
ଓଡ଼ିଶାରେ ୩୪୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ୭ ମୃତ
ଓଡ଼ିଶାରେ ୩୪୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ୭ ମୃତ

ଭୁବନେଶ୍ୱର: ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ୨ ହଜାର ୬୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧ ହଜାର ୫୬୮ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧ ହଜାର ୧୨୯ ଲୋକାଲ କେସ୍ ଚିହ୍ନଟ ହୋଇଛନ୍ତି । ସେହିପରି ୦ ରୁ ୧୮ ବର୍ଷ ମଧ୍ୟରେ ରାଜ୍ୟରେ ୪୩୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯଦି ସୁସ୍ଥ କଥା କହିବା ତାହାଲେ ରାଜ୍ୟରେ ୨୪ ଘଣ୍ଟାରେ ୭ ହଜାର ୪୮୭ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୫୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୫୫, ବାଲେଶ୍ୱରରୁ ୭୩, ବରଗଡ଼ରୁ ୫୩, ଭଦ୍ରକରୁ ୪୮, ବଲାଙ୍ଗୀରରୁ ୯୮, ବୌଦ୍ଧରୁ ୪୮, କଟକରୁ ୧୩୮, ଦେଓଗଡ଼ରୁ ୩୯, ଢେଙ୍କାନାଳରୁ ୪୦, ଗଜପତିରୁ ୫୯, ଗଞ୍ଜାମରୁ ୧୬, ଜଗତସିଂହପୁରରୁ ୬୭, ଯାଜପୁରରୁ ୧୨୭, ଝାରସୁଗୁଡ଼ାରୁ ୩୬, କଳାହାଣ୍ଡିରୁ ୯୫, କନ୍ଧମାଳରୁ ୩୪, କେନ୍ଦ୍ରାପଡ଼ାରୁ ୪୦, କେନ୍ଦୁଝରରୁ ୪୪, କୋରାପୁଟରୁ ୪୧, ମାଲକାନଗିରିରୁ ୧୮, ମୟୁରଭଞ୍ଜରୁ ୧୨୮, ନବରଙ୍ଗପୁରରୁ ୭୫, ନୟାଗଡ଼ରୁ ୯୬, ନୂଆପଡ଼ାରୁ ୫୫, ପୁରୀରୁ ୬୩, ରାୟଗଡ଼ାରୁ ୮୫, ସମ୍ବଲପୁରରୁ ୮୫, ସୋନପୁରରୁ ୨୯, ସୁନ୍ଦରଗଡ଼ରୁ ୨୯୧ ଓ ଷ୍ଟେଟ ପୁଲରୁ ୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨,୬୨,୧୦୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୨୨, ୮୬୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୦, ୪୯୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Also Read  Mahanadi Issue: Naveen Patnaik writes to PM Modi for the second time requesting for his intervention immediately