ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୩ କରୋନା ପଜିଟିଭ୍ ଚିହ୍ନଟ

0
589
Corona Positive case in india today

ଭୁବନେଶ୍ୱର,୨୬/୦୩: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ତଳମୁହଁ। ଶହେ ତଳେ ରହୁଛି ଦୈନିକ ସଂକ୍ରମଣ। ଏହି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୪୨୧ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୪୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୭୮୧୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୪୫୧୦୧୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Also Read  ରାଜ୍ୟରେ ଶୀତର ପ୍ରକୋପ ବଢିବ : କେବେଠୁ ଜାଣନ୍ତୁ ?